Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Sunia Festival / ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ହେବ ସୁନିଆଁ ଉତ୍ସବ

Swoyang prajna Mishra
Browse all articles by Swoyang prajna Mishra
·10 months ago·1 min read
ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ହେବ ସୁନିଆଁ ଉତ୍ସବ

Key Points

ଆଜି ପବିତ୍ର ସୁନିଆ ଉତ୍ସବ
ଆଜି ମହାରାଜ ଦିବ୍ୟସିଂହ ଦେବଙ୍କର ୧୪୩୩ସାଲ ଓ ୬୯ ଅଙ୍କର ପ୍ରବେଶ
ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ
ଆଜିଠାରୁ ଗଜପତି ମହାରାଜାଙ୍କର ୬୯ ଅଙ୍କ ଆରମ୍ଭ ହେବ

ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୩ସାଲ ଓ ୬୯ ଅଙ୍କର ପ୍ରବେଶ । ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୯ ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି, ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ ।


କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Sunia Festival | Today is Sunia Festival at puri | Argus News