Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ

Odisha

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ

ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ରାଷ୍ଟ୍ରବାଦୀ ନେତା ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜୟନ୍ତୀ । ଏହାକୁ ବିଜୁ ଜନତା ଦଳ ପକ୍ଷରୁ ପ୍ରତି ନିର୍ବାଚନମଣ୍ଡଳୀ, ବ୍ଲକ, ସହରାଞ୍ଚଳ ଓ ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତରରେ ମହାସମାରୋହରେ ପାଳନ କରାଯାଉଛି । ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ କରାଯାଇଛି। ଶଙ୍ଖ ଭବନରେ ବିଜୁ ବାବୁଙ୍କ ସ୍ମୃତି ଚାରଣ କରିଥିଲେ ବରିଷ୍ଠ ନେତା। ଏହା ପରେ ବିମାନ ବନ୍ଦର ପରିସରରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ପୁଷ୍ପମାଲ୍ୟ ଅର୍ପଣ କରିବେ ମୁଖ୍ୟମନ୍ତ୍ରୀ।

ଅଧିକ ପଢନ୍ତୁ ଓଡିଶା ଖବର

ସେହିପରି ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳ ତରଫରୁ ସାଇକେଲ ଶୋଭାଯାତ୍ରା ଓ ଗଣଦୌଡ଼ ଆୟୋଜନ କରାଯାଇଛି ।ଅପରାହ୍ନରେ ସାଧାରଣ ସଭା ଆୟୋଜନ କରାଯିବ। ନିଃସ୍ୱାର୍ଥପର ଲୋକସେବାର ପ୍ରତୀକ, ପ୍ରବାଦ ପୁରୁଷ, ମହାନ ରାଷ୍ଟ୍ରନୀତିନଜ୍ଞ ତଥା ସ୍ୱାଧୀନତା ସଂଗ୍ରାମୀ ବିଜୁବାବୁଙ୍କର ଆମ ଦେଶ ତଥା ଜାତି ପ୍ରତି ଅମୂଲ୍ୟ ଅବଦାନ, ସଶକ୍ତ ଏବଂ ପୂର୍ଣ ବିକଶିତ ଓଡ଼ିଶା ନିର୍ମାଣ ଦିଗରେ ତାଙ୍କର ଅବିଶ୍ରାନ୍ତ ସଂଗ୍ରାମ ବିଷୟରେ  ଆଲୋଚନା ହେବ ।ଦଳର ସମସ୍ତ ସଦସ୍ୟ ଏକ ସମୃଦ୍ଧ, ସଶକ୍ତ, ନବୀନ ଓଡ଼ିଶା ଗଠନ ନିମନ୍ତେ ଶପଥ ଗ୍ରହଣ କରିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is the 108th birth anniversary of proverbial man Biju Patnaik | Argus News