Videos
|
Odisha

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୬ ତମ ଜୟନ୍ତୀ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୬ ତମ ଜୟନ୍ତୀ

“ପାଠ ପଢ଼ିବି ଓକିଲ ହେବି
ମଧୁବାବୁ ସଙ୍ଗେ ଲଢ଼ିବି।
ଜାତି ଡାକ ଶୁଣି ଛାତିଫୁଲେଇ ମୁଁ
କାଳିଆ ଘୋଡ଼ାରେ ଚଢ଼ିବି
ମଧୁବାବୁ ସଙ୍ଗେ ଲଢ଼ିବି ।”

ଅର୍ଗସ ବ୍ୟୁରୋ:  ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୬ ତମ ଜୟନ୍ତୀ । ଉତ୍କଳ ମାଟିର ସୁଯୋଗ୍ୟ ସନ୍ତାନ ଥିଲେ ମଧୁସୂଦନ ଦାସ । ତାଙ୍କ ଉଦ୍ୟମରେ ସ୍ୱତନ୍ତ୍ର ପ୍ରଦେଶ ଉତ୍କଳର ଗଠନ ହୋଇଥିଲା । ସେ ଥିଲେ ଜଣେ ସୁପ୍ରତିଷ୍ଠିତ ଓକିଲ, ସାହିତ୍ୟିକ, ସମାଜ ସେବକ, ଶିକ୍ଷକ । ୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ କଟକ ଜିଲ୍ଲାର ସତ୍ୟଭାମାପୁର ଗାଁର ଜଣେ ଜମିଦାର ପରିବାରରେ ମଧୁବାବୁ ଜନ୍ମ ଗ୍ରହଣ କରିଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ଓକିଲ ।

ତାଙ୍କ ବାପାଙ୍କ ନାମ ରଘୁନାଥ ଦାସ ଓ ମା’ଙ୍କ ନାମ ପାର୍ବତୀ ଦେବୀ ଥିଲା । ପିଲା ବେଳେ ମଧୁସୂଦନଙ୍କ ପ୍ରଥମ ନାମ ଥିଲା ଚୌଧୁରୀ ଗୋବିନ୍ଦ ବଲ୍ଲଭ ଦାସ । ପରେ ତାଙ୍କ ବାପା, ମାଆ ତାଙ୍କ ନାମକୁ ବଦଳାଇ ମଧୁସୂଦନ ରଖିଥିଲେ । ଓକିଲ ହେବାପରେ ମଧୁବାବୁ ପ୍ରଥମେ ଚବିଶ ପ୍ରଗଣା ଅନ୍ତର୍ଗତ ଆଲିପୁର କୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ୧୨ ସେପ୍ଟେମ୍ବର ୧୮୮୧ରେ କଲିକତାରୁ ଫେରି ସେ କଟକରେ ଓକିଲାତି କଲେ । ଓକିଲ ମହଲରେ ପ୍ରଥମେ ତାଙ୍କୁ ଅନେକ ପରିହାସର ସାମନା କରିବାକୁ ପଡ଼ିଥିଲା । କିନ୍ତୁ ଖଣ୍ଡପଡ଼ା ରାଜାଙ୍କ ମୋକଦ୍ଦମା, କେନ୍ଦୁଝରା ରାଜାଙ୍କ ମୋକଦ୍ଦମା, ଶ୍ରୀମନ୍ଦିର ପରିଚାଳନା ବିବାଦ ଭଳି କେତେକ ଜଟିଳ ମୋକଦ୍ଦମାରେ ନିଜର ଦକ୍ଷତାର ପରିଚୟ ଦେଇ ସେ ନିଜକୁ କଟକ ଓକିଲମାନଙ୍କ ଭିତରେ ଶ୍ରେଷ୍ଠ ପ୍ରମାଣିତ କରି ପାରିଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: