Videos
|
Odisha

ଆଜି ପବିତ୍ର ଅକ୍ଷୟ ତୃତୀୟା: ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ

Ritu Das
Browse all articles by Ritu Das
·1 year ago·1 min read
ଆଜି ପବିତ୍ର ଅକ୍ଷୟ ତୃତୀୟା: ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ

ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଧି ପରମ୍ପରା ଅନୁଯାୟୀ ଆଜି ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ। ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ। ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନିରଥ କାଠକୁ ସ୍ପର୍ଶ କରିବା ପରେ ବିଶ୍ୱକର୍ମାମାନେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେବେ।


ସେପଟେ ଆଜି ରଥନିର୍ମାଣର ମୁଖ୍ୟ ବିଶ୍ୱକର୍ମା, ମୁଖ୍ୟ ଭୋଇ ସେବକ, ଚିତ୍ରକର, ରୂପକାର, କମାର ସମୁଦାୟ ଦଶ ମହାରଣାଙ୍କ ମୁଣ୍ଡରେ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।ସେପଟେ ଆଜିଠାରୁ ଶ୍ରୀମନ୍ଦିରରେ ୪୨ ଦିନିଆ ଚନ୍ଦନ ଯାତ୍ରା ଆରମ୍ଭ ହୋଇଥିବା ବେଳେ ପ୍ରଥମେ ୨୧ଦିନିଆ ବାହାର ଚନ୍ଦନ ଯାତ୍ରା ନରେନ୍ଦ୍ର ପୁଷ୍କରିଣୀରେ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୁଦେବି, ଶ୍ରୀଦେବୀ, ରାମକୃଷ୍ଣ ଓ ପଞ୍ଚ ମହାଦେବ ନନ୍ଦା ଭଦ୍ରା ଚାପରେ କରିବେ ଜଳକ୍ରୀଡା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
today-is-the-holy-akshaya-tritiya-it-will-be-auspicious-for-chariot-construction-work | Argus News