Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ପବିତ୍ର ବସନ୍ତପଞ୍ଚମୀ: ମା'ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ

Ritu Das
Browse all articles by Ritu Das
·2 years ago
ଆଜି ପବିତ୍ର ବସନ୍ତପଞ୍ଚମୀ: ମା'ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ବସନ୍ତପଞ୍ଚମୀ ବା ଶ୍ରୀଞ୍ଚମୀ । ଆଜି ମା' ସରସ୍ବତୀଙ୍କୁ ଆରଧନାର ଦିନ। ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ । ମା'ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ । ସ୍କୁଲ, କଲେଜ ଓ ଅନ୍ୟାନ ଶିକ୍ଷାନୁଷ୍ଠାନରେ ମା'ଙ୍କର ସ୍ବତନ୍ତ୍ର ପୂଜା ଚାଲିଛି। ବିଦ୍ୟା, ବୁଦ୍ଧିର ଅଧିଷ୍ଠାତ୍ରୀ ଦେବୀ ମା' ସରସ୍ୱତୀଙ୍କୁ ଆଜି ପୂଜା କରିଥାନ୍ତି ବିଦ୍ୟାର୍ଥୀ। 

ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା' ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ପୂଜା କରାଯାଉଛି। ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ । ସେ ବିଦ୍ୟାଦେବୀ, ବୁଦ୍ଧି ସିଦ୍ଧି ଓ ମୁକ୍ତିବାତ୍ରୀ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is the holy Basantapanchami | Argus News