Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ: ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

Odisha

ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ: ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

Ritu Das
Browse all articles by Ritu Das
·1 year ago·1 min read
ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ: ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ  ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜି ମଧ୍ୟାହ୍ନଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ  ପିନ୍ଧାଇବେ। ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ବାରା ପ୍ରସ୍ତୁତ ସ୍ବତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ  ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ। ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ। ଏହି ସ୍ବତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରିବେ। 

ଆଜିର ଦିନରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଥାନ୍ତି | ପାଟରା ବିଶୋୟୀଙ୍କ ଦ୍ବାରା ନିର୍ମିତ ସ୍ବତନ୍ତ୍ର ରାକ୍ଷୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଆଜି ଲାଗି କରାଇବେ। ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ ।  ଦ୍ବିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ ।  ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ । ପରେ ପଞ୍ଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ। 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is the holy | Argus News