Videos
|
Odisha

ଆଜି ଶ୍ରାବଣ ମାସ ଶେଷ ସୋମବାର: ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ

Ritu Das
Browse all articles by Ritu Das
·1 year ago
ଆଜି ଶ୍ରାବଣ ମାସ ଶେଷ ସୋମବାର: ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ

ଅର୍ଗସ ବ୍ୟୁରୋ: ଆଜି ଶ୍ରାବଣ ମାସର ଶେଷ ସୋମବାର। ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ। ରାଜ୍ୟର ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ସମାଗମ। ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି ଶିବଙ୍କ ମସ୍ତକରେ ଜଳଲାଗି କରିଥାନ୍ତି। ଶ୍ରାବଣ ମାସ ଶେଷ ସୋମବାର ପାଇଁ ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବା ପାଇଁ ମିଳୁଛି। ଭୋର ୩ ଟାରୁ ଦ୍ବାର ଫିଟା ଯାଇ ପୂଜର୍ଚ୍ଚନା ଆରମ୍ଭ ହୋଇଥିଲା। 

ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ସାହାଣ ମେଲା ଦର୍ଶନ। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେହିପରି ବାବା ଧବଳେଶ୍ବର, ଭଦ୍ରକ ଆଖଣ୍ତଳମଣି ପୀଠ, କପିଳାସର ବାବା ଚନ୍ଦ୍ରଶେଖର, ନୟାଗଡ଼ ଶରଣକୂଳର ଲଡୁ ବାବା, ପୁରୀର ଲୋକନାଥ ବାବା, ଗୁପ୍ତେଶ୍ବର ମନ୍ଦିର ଜଗତସିଂହପୁରର ଗୋରଖନାଥ ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Today is the last | Argus News