Videos
|
Odisha

ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି

ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ ।


ଦୁଇ ସେବାୟତ ଭରତ ଓ ଶତ୍ରୁଘନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବ ଓ ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ । ସେପଟେ ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Today is the Lord Jagannath's Ramabhisheka ritual | Argus News