Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Vamana Jayanti / ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି , ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

Swoyang prajna Mishra
Browse all articles by Swoyang prajna Mishra
·10 months ago·1 min read
ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି , ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

Key Points

ପାଞ୍ଚଘଣ୍ଟା ଦର୍ଶନ ବନ୍ଦ
ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି
ଏହି ନୀତି ପାଇଁ ପାଞ୍ଚଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି । ବାମନ ଜନ୍ମ ନୀତି ପାଇଁ ପାଞ୍ଚଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ମଧ୍ୟାହ୍ନଧୂପ ଚ୍ଛେକ ଆସିବା ପରେ ପରେ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଏଥିପାଇଁ ଆଜି ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି ।


ସକାଳଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ। ଆଜିର ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପ୍ରହର ଧୂପ ପରେ ପାଳିତ ହୋଇଥାଏ। ଏହି ଅବସରରେ ଦକ୍ଷିଣ ଘରୁ ମଦନମୋହନ ରତ୍ନ ସିଂହାସନକୁ ବିଜେ କରିବା ପରେ ରତ୍ନଭଣ୍ତାର ନିକଟକୁ ଆସିଥାନ୍ତି। ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପୂଜପଣ୍ତା ସାମନ୍ତ ବାମନଙ୍କ ସୁବର୍ଣ୍ଣ ପ୍ରତିମାରେ ଏହି ଜନ୍ମ ନୀତି ପାଳନ କରିଥାନ୍ତି। ତେବେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ, ପଇତା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ବିଧି ମଧ୍ୟ ଅନୁଷ୍ଠିତ ହେବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Vamana Jayanti | today is vaman jayanti festival at puri | Argus Digital | Argus News