Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ପବିତ୍ର ମାଘ ପୂର୍ଣ୍ଣିମାରେ  ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ  

Manini Pattanayak
Browse all articles by Manini Pattanayak
·2 years ago·1 min read
ଆଜି ପବିତ୍ର ମାଘ ପୂର୍ଣ୍ଣିମାରେ  ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ  

ପୁରୀ:  ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ।  

ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ତେବେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ। ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି। 

ଅଧିକ ପଢନ୍ତୁ ଓଡିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today, on the holy day of Magha Purnima, Sriju's Gangadharan besha in the puri temple. | Argus News