Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ  

Manini Pattanayak
Browse all articles by Manini Pattanayak
·1 year ago·1 min read
ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ  

 ପୁରୀ:  ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ | ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନିତି ଅନୁଷ୍ଠିତ ହୋଇଥିଲା | ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ  ବେଶ ହୋଇଥିଲେ | କିନ୍ତୁ ଆଜି  ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ  ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ  ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ ।

 ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ | ସେଠାରେ  ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ | ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ବାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ  । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Srijuu's Kaliyadalan Besha in the puri temple | Argus News