Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆଜି ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ଜାଗାରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ପ୍ରଥମେ ମ୍ୟୁଜିଅମ ଛକ ସ୍ଥିତ ବକ୍କି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଏହାପରେ ଏଜି ଛକସ୍ଥିତ ଡକ୍ଟର ଭୀମ୍‌ରାଓ ଆମ୍ବେଦକର, ଜୟୀ ରାଜଗୁରୁ ଏବଂ ୧୨୦ ବାଟାଲିୟନ ଛକସ୍ଥିତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ।

ଓଡିଶାରେ ମୋହନ ସରକାର ଆରମ୍ଭ ହୋଇସାରିଛି ।  ଗତକାଲି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମଙ୍ଗଳ ଆଳତୀ ପରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ । ଦର୍ଶନ ପରେ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା କଲେ ମୁଖ୍ୟମନ୍ତ୍ରୀ । ଏଥିସହ ଶ୍ରୀମନ୍ଦିର ଚତୁର୍ପାର୍ଶ୍ବର ସ୍ଥିତି ପରଖିଲେ । ଅନେକ ପ୍ରତୀକ୍ଷାର ଅନ୍ତ ଘଟିବା ସହ ଭକ୍ତଙ୍କ ଇଚ୍ଛା ପୂରଣ ହେଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ସକାଳ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରର ୪ ଦ୍ବାର ଖୋଲା ଯାଇଥିଲା । ଏହାପରେ ଗୋଟେ ପରେ ଗୋଟେ କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today, the Chief Minister will garland the statue of the Odia Heroes | Argus News