ଆଜି ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ସୁନାବେଶ ବା ରାଜରାଜଶ୍ବର ବେଶରେ ଦର୍ଶନ ଦେବେ ମହାପ୍ରଭୁ । ପବିତ୍ର ଦଶହରା ବା ବିଜୟାଦଶମୀ ଅବସରରେ ମହାପ୍ରଭୁ ସୁନାବେଶରେ ସଜ୍ଜିତ ହୋଇ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆଲୁଗା, ୩୨ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ। ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯିବ। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ।
ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୂଷଳ , ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖଚକ୍ର ଆୟୁଧ ଲାଗି କରିବେ। ସେପଟେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି। ଏହି ଦୁର୍ଲଭ ବେଶ ଦର୍ଶନ ପାଇଁ ପୁରୀ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତ ଭିଡ଼ ।
ଅଧିକ ପଢ଼ନ୍ତୁ ଓଡିଶା ଖବର: