Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

Odisha

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

Rashmita Mishra
Browse all articles by Rashmita Mishra
·1 year ago
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

ଅର୍ଗସ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ। ବଡସିଂହାର ନୀତିରେ ଏହି ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ଏହି ପଦ୍ମବେଶ ଅନନ୍ୟ। ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତ ପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ୱା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ।


ସେହି ପରିପ୍ରେକ୍ଷୀରେ ଆଜି ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ। ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ଅର୍ଥାତ ଆପାଦ ମସ୍ତକ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ। ଦୁର୍ଲଭ ପଦ୍ମବେଶ ପାଇଁ ବେଶ କାରିଗରଙ୍କ ଦ୍ୱାରା ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଆଜି ଶ୍ରୀମନ୍ଦିର ଭିତରକୁ ସଂଧ୍ୟାରେ ଏହି ବେଶ ଯିବ। ସୋଲ,ଜରି,କନା,କଇଥ ଅଠାରେ ପ୍ରସ୍ତୁତ ପଦ୍ମବେଶକୁ ବଡଛତା ମଠ ପକ୍ଷରୁ ପ୍ରସ୍ତୁତ କରାଯାଇଥାଏ। କୀରୀଟ,ଚୂଳ, ହୃଦପଦକ, କରପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତ ହୋଇ ଝଲସିଥାନ୍ତି ମହାପ୍ରଭୁ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Today, the rare Padma Vesha of Mahaprabhu is displayed in the temple. | Argus News