ଆଜିର ରାଶିଫଳ, ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶି...

ମେଷ-
ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉତଥାନ,ପତନରେ ଗତି କରିବେ । ମିତ୍ରଙ୍କ ଠାରୁ ବହୁତ ସାହାର୍ୟ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ
ବୃଷ-
ଭୁଲ୍ ବୁଝାମଣାରୁ ପାରିବାରିକ କଳହର ସମ୍ଭାବନା ରହିଛି। ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭ କରି ଖୁସି ହେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ଦିନର ଅଧିକାଂଶ ସମୟ ସମସ୍ୟା ଭିତରେ ଗତି କରୁଥିବାରୁ ଅନ୍ୟମନସ୍କ ରହିପାରନ୍ତି। ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପଡ଼ୋଶୀ କଣ୍ଟାବାଡ଼ରେ ଲୁଗାଛାଟି କଳି କରିବାର ଉପକ୍ରମ କରିପାରନ୍ତି । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଉତ୍ତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
ସାଧାରଣ କଥାରେ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ବିଛା-
ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ। ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ ରହିବେ। କୌଣସି ବିବାଦୀୟ ବିଷୟ ସକାଶେ ପାଖ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ପରିସ୍ଥିତି ବଶତଃ କାମ ଚାପରେ ନିଜକୁ ଆଡଜଷ୍ଟ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ
ଧନୁ-
ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଆଧାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
କଳେବଳେ କୌଶଳେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସା ଭାଜନ ହେବେ। ସହକର୍ମୀଙ୍କ ସାହାଯ୍ୟ ବିନା କାମ ହାସଲ କଷ୍ଟକର ହେବ। ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମଧ୍ୟରେ ଦୈନନ୍ଦିନ ଜୀବନଯାତ୍ରା ସୁରୁଖୁରୁରେ ଅତିବାହିତ ହେବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ । ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ଭୁଲ୍ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବେ। ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଧର୍ମ ସ୍ଥାନରେ ଡାଲି , ଚାଉଳ ଦିଅନ୍ତୁ
