Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିର ରାଶିଫଳ , ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

Swoyang prajna Mishra
Browse all articles by Swoyang prajna Mishra
·1 year ago·3 min read
ଆଜିର ରାଶିଫଳ , ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ-
ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ପିଲାମାନେ ପଢାପଢିରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ-
ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ଶତୃ ମାନଙ୍କ ଚକ୍ରାନ୍ତ ଓ କାର‌୍ୟ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ସିଂହ-
ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । କର୍ମ କ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ରୋଗୀ ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା-
ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ବିଦ୍ୟାର୍ଥୀ ମାନେ କିଛି ନୂତନ ଶିକ୍ଷା ପାଇଁ ଆଗ୍ରହ ପ୍ରକାଶ କରିବେ । ବ୍ୟବସାୟ , ପରିବହନ କ୍ଷେତ୍ରରେ ଥିବା ଦ୍ୱନ୍ଦ ଦୂର ହେବ । ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ । ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଧନୁ-
ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର-
ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

କୁମ୍ଭ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତ୍ତମ ହେବ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today's horoscope, know how your day will go today | Argus News