ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Key Points
ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।
ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ତେବେ ବନକଲାଗି ନୀତି ପାଇଁ ଆଜି ଏଏସଆଇ ତରଫରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି ।