Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାତି ପାହିଲେ ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା , ତିନି ରଥର ଚକଅଖ ଡେରା ନୀତି

Swoyang prajna Mishra
Browse all articles by Swoyang prajna Mishra
·1 year ago·2 min read
ରାତି ପାହିଲେ ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା , ତିନି ରଥର ଚକଅଖ ଡେରା ନୀତି

Key Points

ରାତି ପାହିଲେ ଶ୍ରୀକ୍ଷେତ୍ର ଭଉଁରୀ। ଆସନ୍ତାକାଲି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା l ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସମ୍ପର୍ଣ୍ନ ହେବ। ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ ।

ରାତି ପାହିଲେ ଶ୍ରୀକ୍ଷେତ୍ର ଭଉଁରୀ। ଆସନ୍ତାକାଲି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା l ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସମ୍ପର୍ଣ୍ନ ହେବ। ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଡ଼ା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ। ଯାହାକୁ ଚକଅଖ ଡେରା ନୀତି କୁହନ୍ତି। ତିନିବାଡର ପୂଜାପଣ୍ଡା ସକାଳଧୁପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବେ ଓ ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିବ। ତେବେ ଆସନ୍ତାକାଲି ଭଉଁରୀ ପାଇଁ ଶ୍ରୀମନ୍ଦିରରେ ନୀତିକାନ୍ତି ଚୂଡାନ୍ତ ହୋଇଛି।


ପ୍ରାତଃ 3ଟାରେ ସିଂହଦ୍ଵାର ଫିଟାଯାଇ ମଙ୍ଗଳଆଳତୀ,,ମଇଲମ,,ଅବକାଶ ଇତ୍ୟାଦି ନୀତି ବଢିବା ପରେ 7.30ରୁ 9ଟା ମଧ୍ୟରେ ସକାଳଧୂପ ଶେଷ ହୋଇ 9.30ରେ ରଥଖଳା ନିକଟକୁ ଆଜ୍ଞାମାଳ ବିଜେ ହେବ।ସେପଟେ ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗତବର୍ଷ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଜଳକ୍ରୀଡା ସମୟରେ ବାଣ ଵିଷ୍ପୋରଣରେ ପ୍ରାୟ 15ରୁ ଉର୍ଦ୍ଧ୍ବ ଜୀବନ ଯାଇଥିବା ବେଳେ ଚଳିତବର୍ଷ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି। ଭଉଁରୀ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ଶ୍ରୀମନ୍ଦିର, ଶ୍ରୀମନ୍ଦିର କାର୍ଯ୍ୟାଳୟ ଓ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟାପକ ଫୋର୍ସ ମୁତୟନ କରାଯିବ। ଏଥିସହ ଅଗ୍ନିଶମ ବାହିନୀ ଓ ଲାଇଫଗାର୍ଡକୁ ମଧ୍ୟ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟପକ ମାତ୍ରାରେ ମୁତୟନ କରାଯିବାର ବ୍ୟବସ୍ତା କରାଯାଇଛି l ତେବେ ପ୍ରତ୍ୟକଟି ସୁରକ୍ଷା ବ୍ୟବସ୍ଥାର ଟିଖନିଖ୍ ଅନୁଧ୍ୟାନ କରିଛନ୍ତି ପୁରୀ ଏସପି ବିନୀତ ଅଗ୍ରବାଲ୍।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Tomorrow is the ritual of the Shrikshetra Bhaunari Yatra at puri | Argus News