Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସରକାର ଆରମ୍ଭରୁ ଫୋକସ୍ ରେ ଟ୍ରାନ୍ସପରେନ୍ସି

Odisha

ସରକାର ଆରମ୍ଭରୁ ଫୋକସ୍ ରେ ଟ୍ରାନ୍ସପରେନ୍ସି

Rashmita Mishra
Browse all articles by Rashmita Mishra
·1 year ago·2 min read
ସରକାର ଆରମ୍ଭରୁ ଫୋକସ୍ ରେ ଟ୍ରାନ୍ସପରେନ୍ସି

Key Points

ପୂର୍ବ ବିଜେଡି ସରକାରରେ `ଆମ ଗାଁ ଆମ ବିକାଶ'- ତମ ଗାଁ ଆମ ବିକାଶ ପାଲଟିଥିଲା
ନବୀନ ଓଡ଼ିଶାରେ ଟ୍ରାନ୍ସପରେନ୍ସି ଥିଲା ବଡ଼ ସମସ୍ୟା
ଏଇଥର ସରକାର ଆରମ୍ଭରୁ ଫୋକସ୍ ରେ ଟ୍ରାନ୍ସପରେନ୍ସି
ସରକାରଙ୍କ ମାର୍ଗଦର୍ଶିକା କହୁଛି ପାରଦର୍ଶିତାର କଥା
ମାର୍ଗଦର୍ଶିକା ପାରଦର୍ଶୀ ହେଲେ ଗ୍ରାମସଭାର ଆପ୍ରୁଭ୍ ହେବ
ସଠିକ୍ ଲୋକ ପାଇବେ ସୁବିଧା
ଚ୍ୟାଲେଞ୍ଜ୍- ଲୋକଙ୍କ ପାଖେ ବିକାଶ ପହଞ୍ଚିବ କେମିତି

ଅର୍ଗସ ବ୍ୟୁରୋ: ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗ ଦର୍ଶିକା ପଠାଇଛି ପଞ୍ଚାୟତିରାଜ ବିଭାଗ । ଫେବ୍ରୁଆରୀ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି ।

ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ । ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ । ଏଥି ପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍‌ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ ।


ଗାଇଡ଼ ଲାଇନ ଅନୁଯାୟୀ ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ। ପଞ୍ଚାୟତକୁ ମିଳିଥିବା ମୋଟ ପାଣ୍ଠିର ୩୫ ପ୍ରତିଶତ କେବଳ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେବ । ପୂର୍ବରୁ ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ଜଙ୍ଗଲ ଅଞ୍ଚଳରେ ରାସ୍ତା ତିଆରି ଉପରେ କଟକଣା ଥିଲା । ଏଣିକି ଏହି ଯୋଜନା ଅଧୀନରେ ପ୍ରତି ବ୍ଲକରେ ରିଡିଂ ରୁମ୍ ବା ପଠନ ଗୃହ ବ୍ୟବସ୍ଥା କରାଯିବ । ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ।

ସେହିଭଳି ପଞ୍ଚାୟତରେ କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗି ରୁମ୍, ମର୍କେଟ୍ ସେଡ୍ ତିଆରି ପାଇଁ ଟଙ୍କା ମିଳିବ। ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ତିଆରି ହେବ । ସବୁ ଧର୍ମର ଉପାସନାସ୍ଥଳୀ ବା ଧାର୍ମିକ ପୀଠର ବିକାଶ ପାଇଁ ପାଣ୍ଠି ଖର୍ଚ ହେବ । ଧାର୍ମିକ ସ୍ଥଳ ପାଖରେ ଶୌଚାଳୟ ଓ ପିଇବା ପାଣି ସୁବିଧା କରାଯିବ। ପଞ୍ଚାୟତରେ ଥିବା ଛୋଟ ଛୋଟ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ବ୍ୟବସ୍ଥା ହେବ । ଶିକ୍ଷା ଭିତ୍ତିଭୂମି ପାଇଁ ମଧ୍ୟ ଏହି ଯେଜନାରୁ ପାଣ୍ଠି ମିଳିବ। ବିଦ୍ୟାଳୟର ଆଧୁନିକୀକରଣ, ପ୍ରତି ଗାଁରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ନୂଆ ସରକାର ପୁରୁଣା ପ୍ରକଳ୍ପର ଆବଶ୍ୟକତାକୁ ହୃଦୟୟଙ୍ଗମ କରି ପାଣ୍ଠି ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ଆରମ୍ଭ ହୋଇ ଅଟକି ଯାଇଥିବା ପ୍ରକଳ୍ପ ପାଇଁ ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାରୁ ଟଙ୍କା ଦେଇ ହେବ। ତେବେ ପୁରୁଣା ପ୍ରକଳ୍ପ କାମରେ ମୋଟ ପାଣ୍ଠିର ୨୦ ପ୍ରତିଶତରୁ ଅଧିକ ଟଙ୍କା ଖର୍ଚ ହୋଇଥିଲେ ଯାଇ ଏହାକୁ ଆଗେଇବାକୁ ଅନୁମତି ମିଳିବ ବୋଲି ମାର୍ଗଦର୍ଶିକାରେ କୁହାଯାଇଛି । ସବୁ ପଞ୍ଚାୟତ ଗ୍ରାମସଭା ଡାକି ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା ପାଇଁ ପ୍ରକଳ୍ପ ଚୟନ କରିବେ ।


Sponsored
transparency-has-been-the-focus-of-the-government-since-its-inception | Argus News