Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅଟୋକୁ ପିଟିଲା ଟ୍ରକ: ୩ମୃତ

Ritu Das
Browse all articles by Ritu Das
·2 years ago·1 min read
ଅଟୋକୁ ପିଟିଲା ଟ୍ରକ: ୩ମୃତ

ଅର୍ଗସ ବ୍ୟୁରୋ: ଅର୍ଗସ ବ୍ୟୁରୋ: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଟ୍ରକ ରାଇଘରରୁ ଛତିଶଗଡ ପଟକୁ ଯାଇଥିଲା । ଏହି ସମୟରେ  ବୋରେଇ ଗ୍ରାମରୁ କିଛି ଲୋକ ରାଇଘର ନିକଟସ୍ଥ ଧୋଡ୍ରା ପାରାକୁ ସେମାନଙ୍କ ଜଣେ ସମ୍ପର୍କୀୟ ଘରକୁ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଆସୁଥିଲେ ଓ ଆଉକିଛି ଲୋକ ରାଇଘର କଳସୀ ଯାତ୍ରା ଦେଖିବାକୁ ଯାଉଥିଲେ। ଏହି ସମୟରେ ଘଟିଥିଲା ଭୟଙ୍କର ଦୁର୍ଘଟଣା। ଯୋଡ଼ିଙ୍ଗା ନିକଟରେ ଅଟକୁ ସାମନା ପଟୁ ଅଟୋକୁ ଧକ୍କା ଦେଲା ଟ୍ରକ । ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏଥିରେ ଦୁଇ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। 

ମୃତକ ମାନଙ୍କୁ ଯୋଡିଙ୍ଗା ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି । ସମସ୍ତ ଆହତଙ୍କ ଚିକିତ୍ସା ଚାଲିଛି। ଘଟଣା ସ୍ଥଳରେ ରାଇଘର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Truck hits | Argus News