Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆଜିଠୁ ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

Odisha

ଆଜିଠୁ ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

Smruti Parija
Browse all articles by Smruti Parija
·2 years ago·1 min read
ଆଜିଠୁ ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଅର୍ଗସ ବ୍ୟୁରୋ: ଆଜିଠୁ ନୂଆଦିଲ୍ଲୀରେ ଆରମ୍ଭ ହେବାକୁ ଯାଉଛି ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ। ଆଗାମୀ ନିର୍ବାଚନ ପାଇଁ ହେବ କାର୍ଯ୍ୟ ଖସଡା ପ୍ରସ୍ତୁତ। ରାଷ୍ଟ୍ରୀୟ ଅଧିବେଶନରେ ଯୋଗ ଦେବା ପାଇଁ ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ନେତୃବୃନ୍ଦ। ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ । 

ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ଅଧିବେଶନକୁ ଉଦଘାଟନ କରିବେ। ଏହି ଅଧିବେଶନରେ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ରାଜ୍ୟ ପଦାଧିକାରୀ, ରାଜ୍ୟ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ, ରାଜ୍ୟ କୋର କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି, ଅର୍ଥ କମିଟି ସଦସ୍ୟ, ଲୋକସଭା ପ୍ରଭାରୀ, ସଂଯୋଜକ, ବିସ୍ତାରକ, ରାଜ୍ୟ ମୁଖପାତ୍ର, ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ, ଜିଲ୍ଲା ସଭାପତି ଓ ପ୍ରଭାରୀ, ସମସ୍ତ ପ୍ରକୋଷ୍ଠର ରାଜ୍ୟ ସଂଯୋଜକମାନେ ଯୋଗ ଦେବେ। 

ତେବେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ପ୍ରଦାନ କରିବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Two-day national session of BJP from today | Argus News