ଆହୁରି ଦୁଇ ଦିନ ପ୍ରବଳ ବର୍ଷା
·1 year ago

ଭୁବନେଶ୍ୱର: ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ନେବ ଅବପାତର ରୂପ। ପ୍ରଭାବରେ ଆହୁରି ଦୁଇ ଦିନ ପ୍ରବଳ ବର୍ଷା । ଆଗାମୀ ୨୪ ଘଣ୍ଟାରେ ବଲାଙ୍ଗୀର, ସୋନପୁର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୪ ରୁ କମିବ ବର୍ଷା। ଦୁଇ ଦିନ ବିରତି ପରେ ପୁଣି ୬ରୁ ବର୍ଷା ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୬ ତାରିଖରେ ଟୁଇନ ସିଟି ସମେତ ମୟୁରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ପୁରୀ, ନୟାଗଡ଼, ଗଞ୍ଜାମ ଏବଂ ଦେବଗଡ଼ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: