Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆହୁରି ଦୁଇ ଦିନ ପ୍ରବଳ ବର୍ଷା  

Manini Pattanayak
Browse all articles by Manini Pattanayak
·1 year ago
ଆହୁରି ଦୁଇ ଦିନ ପ୍ରବଳ ବର୍ଷା  

ଭୁବନେଶ୍ୱର:  ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ନେବ ଅବପାତର ରୂପ। ପ୍ରଭାବରେ ଆହୁରି ଦୁଇ ଦିନ ପ୍ରବଳ ବର୍ଷା । ଆଗାମୀ ୨୪ ଘଣ୍ଟାରେ ବଲାଙ୍ଗୀର, ସୋନପୁର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୪ ରୁ କମିବ ବର୍ଷା। ଦୁଇ ଦିନ ବିରତି ପରେ ପୁଣି ୬ରୁ ବର୍ଷା ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୬ ତାରିଖରେ ଟୁଇନ ସିଟି ସମେତ  ମୟୁରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ପୁରୀ, ନୟାଗଡ଼, ଗଞ୍ଜାମ ଏବଂ ଦେବଗଡ଼ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ  ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Two more days of heavy rain | Argus News