କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗରତ୍ନ ସମ୍ମାନ

Key Points
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗରତ୍ନ ସମ୍ମାନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ମାନିତ କରିଛନ୍ତି
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗରତ୍ନ ସମ୍ମାନ । ସାରଳା ସାହିତ୍ୟ ସଂସଦର ୪୫ ତମ ଜୟନ୍ତୀ ଓ ଆଦିକବି ଶାରଳା ଦାସଙ୍କ ୬୦୦ ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ମାନିତ କରିଛନ୍ତି । ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହୋଇଛି ଆଦିକବି ସାରଳା ଦାସଙ୍କ ୬୦୦ ତମ ଜନ୍ମ ବାର୍ଷିକୀ ଉତ୍ସବ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କୁମ୍ଭମପତି ଯୋଗ ଦେଇଥିଲେ ।
ରେଭେନ୍ସା ଉଚ୍ଚ ବିଦ୍ୟାଳୟରେ ଶିଳାନ୍ୟାସ କାର୍ଯ୍ୟକ୍ରମ ପରେ କଟକ ବିଜୁ ପଟ୍ଟନାୟକ ଛକ ସ୍ଥିତ ସାରଳା ଭବନରେ ପହଞ୍ଚିଥିଲେ ରାଷ୍ଟ୍ରପତି । ସାରଳା ଭବନ ସମ୍ମୁଖରେ ଥିବା ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମହାମହିମ । ଆଦିକବି ଶାରଳା ଦାସଙ୍କ ୬୦୦ ତମ ଜନ୍ମ ଜୟନ୍ତୀ ଉତ୍ସବ ସହ ସାରଳା ସାହିତ୍ୟ ସଂସଦର ୪୫ ତମ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କିୁମ୍ଭମପତି ଯୋଗ ଦେଇଥିଲେ ।