Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ନରେନ୍ଦ୍ର ମୋଦିଙ୍କ 109 ତମ `ମନ କି ବାତ', ଶୁଣିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Odisha

ନରେନ୍ଦ୍ର ମୋଦିଙ୍କ 109 ତମ `ମନ କି ବାତ', ଶୁଣିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ନରେନ୍ଦ୍ର ମୋଦିଙ୍କ 109 ତମ `ମନ କି ବାତ', ଶୁଣିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 109 ତମ `ମନ କି ବାତ' ଶୁଣିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ବର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ ସେଣ୍ଟର, ବୁଥ ନମ୍ବର 59ରେ କର୍ମକର୍ତ୍ତାଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ କି ବାତ' କାର୍ଯ୍ୟକ୍ରମ ଶୁଣିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଭୁବନେଶ୍ବର ଜିଲ୍ଲା ବିଜେପି ସଭାପତି ବାବୁ ସିଂ, ଦିଲ୍ଲୀପ ମହାନ୍ତି ଏବଂ ସମ୍ପାଦକ ସାରଦା ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ଏସଏଚଜି ମହିଳାଙ୍କ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଆଗାମୀ ଦିନରେ ମହିଳା ସଶକ୍ତ ହେବେ ଏବଂ ଏସଏଚଜି ଏକ ଗୁରୁତ୍ବପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ମନ କି ବାତ କାର୍ଯ୍ୟକ୍ରମ ପୂର୍ବରୁ କେନ୍ଦ୍ରମନ୍ତ୍ରୀ 59 ନମ୍ବର ବୁଥ କମିଟି ବୈଠକରେ ଯୋଗ ଦେଇଥିଲେ । ବୁଥ ସ୍ତରରେ ସଙ୍ଗଠନ ମଜବୁତ୍ ଦିଗରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Education Minister Dharmendra Pradhan listened to Narendra Modi's 109th 'Mann Ki Baat' | Argus News