Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡିଶା ଗସ୍ତ

Ritu Das
Browse all articles by Ritu Das
·1 year ago
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡିଶା ଗସ୍ତ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡିଶା ଗସ୍ତ । ଆଜି ଗଞ୍ଜାମ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ । ଦିନ ୧୧ଟାରେ ଭଂଜନଗରରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । ଦିନ ଗୋଟାଏରେ ବେଲଗୁଣ୍ଠା,ଗାଂଗପୁରରେ ଏମବିଏସ ମସଲା ଶିଳ୍ପର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅପରାହ୍ନରେ ଗାଙ୍ଗପୁରରେ ବିଜେପି କର୍ମକର୍ତ୍ତା ସମ୍ମିଳନୀ ସହ ବୁଗୁଡ଼ାରେ ମିଶ୍ରଣ ପର୍ବରେ ମଧ୍ୟ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । ଆସନ୍ତାକାଲି କଟକ ଜିଲ୍ଲାରେ କେନ୍ଦ୍ରମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଡିମ୍ସ ବିଶ୍ବ ବିଦ୍ୟାଳୟର ସମାବର୍ତନ ଉତ୍ସବରେ ଯୋଗଦେବା ସହ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବରେ ସାମିଲ ହେବେ ଧର୍ମେନ୍ଦ୍ର ପ୍ରଧାନ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
union-education-minister-dharmendra-pradhans-visit-to-odisha | Argus News