Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପଦ୍ମଭୂଷଣ ରମାକାନ୍ତ ରଥଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

Satyendu Sekhar Mishra
Browse all articles by Satyendu Sekhar Mishra
·1 year ago·2 min read
ପଦ୍ମଭୂଷଣ ରମାକାନ୍ତ ରଥଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଲେଖକ ପଦ୍ମଭୂଷଣ ରମାକାନ୍ତ ରଥଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ । ଓଡ଼ିଶାର ଖ୍ୟାତନାମା କବି ତଥା ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ରମାକାନ୍ତ ରଥଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ କହିଲେ ଧର୍ମେନ୍ଦ୍ର । କବିତା ମାଧ୍ୟମରେ ଓଡ଼ିଆ ସାହିତ୍ୟ ଜଗତକୁ ସୁସମୃଦ୍ଧ କରିବାରେ ତାଙ୍କର ଯୋଗଦାନ ଅକଳ୍ପନୀୟ । କେନ୍ଦ୍ର ସାହିତ୍ୟ ପୁରସ୍କାର ପ୍ରାପ୍ତ ତଥା ଅନେକ ସମ୍ମାନର ଅଧିକାରୀ । ତାଙ୍କର କାଳଜୟୀ କବିତା ଗୁଡିକ ପାଇଁ ସେ ଓଡ଼ିଆ ଜନମାନସରେ ଚିର ସ୍ମରଣୀୟ ହୋଇ ରହିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।


ସେହିଭଳି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ପଦ୍ମଭୂଷଣ ସ୍ଵର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ ଶ୍ରେଷ୍ଠ କବିଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସପ୍ତମ ଋତୁ, ଶ୍ରୀରାଧା, ସଚିତ୍ର ଅନ୍ଧାର, କେତେ ଦିନର, ଦୁଆର ଏପଟୁ, ନଯା ନଯା କହୁକହୁ ପରି ଅନେକ କାଳଜୟୀ ରଚନା ତାଙ୍କୁ ସାହିତ୍ୟ ଜଗତରେ ଚିର ଦିନ ପାଇଁ ଅମର କରି ରଖିବ ।


ବିଭିନ୍ନ ବିଭାଗର ସଚିବ ଓ ମୁଖ୍ୟ ଶାସନ ସଚିବ ଭାବେ ମଧ୍ୟ ରାଜ୍ୟର ବିକାଶରେ ସେ ଗୁରୁତ୍ଵପୂର୍ଣ୍ଣ ଭୂମିକା ରଖିଛନ୍ତି ।


ଓଡ଼ିଆ ସାହିତ୍ୟକୁ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚେଇବାରେ ତାଙ୍କ ଭୂମିକାକୁ ଅସ୍ବୀକାର କରିହେବନି। କାଳଜୟୀ କାବ୍ୟଗ୍ରନ୍ଥ ଶ୍ରୀରାଧା ପାଇଁ ସରସ୍ୱତୀ ସମ୍ମାନ, ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ସଚିତ୍ର ଅନ୍ଧାର ପାଇଁ ସାରଳା ପୁରସ୍କାର ହାସଲ କରିବା ସହ ସେ ପ୍ରଥିତଯଶା ଲେଖକ ରୂପେ କେନ୍ଦ୍ର ସାହିତ୍ୟ ଏକାଡେମୀର ଫେଲୋସିପ ମଧ୍ୟ ପାଇଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତେବେ ୯୧ ବର୍ଷ ବୟସରେ ପଦ୍ମଭୂଷଣ ରମାକାନ୍ତ ରଥଙ୍କ ପରଲୋକ ଘଟିଛି । ଭୁବନେଶ୍ବର ଖାରବେଳନଗରସ୍ଥିତ ବାସଭବନରେ ତାଙ୍କର ପରଲୋକଳ ହୋଇଛି । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିବା ପାଇଁ ଆସିଛନ୍ତି । ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ତାଙ୍କର ଖୁବ୍‌ ନାଁ ଥିଲା । ‘ସପ୍ତମ ଋତୁ’ ପାଇଁ କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇଥିଲେ । ‘ସଚିତ୍ର ଅନ୍ଧାର’ ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ମଧ୍ୟ ହୋଇଥିଲେ ।


୨୦୦୬ରେ ପଦ୍ମ ଭୂଷଣରେ ତାଙ୍କୁ ସମ୍ମାନିତ କରାଯାଇଥିଲା । କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ତାଙ୍କର ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା ।


ସରସ୍ବତୀ ସମ୍ମାନରେ ବି ସମ୍ମାନିତ ହୋଇଥିଲେ କବି ରମାକାନ୍ତ । କେନ୍ଦ୍ର ସାହିତ୍ୟ ଏକାଡେମୀର ଉପସଭାପତି ଓ ସଭାପତି ପଦ ମଣ୍ଡନ ବି କରିଥିଲେ । ରମାକାନ୍ତଙ୍କ ଲେଖାରେ ଥାଏ ଉଭୟ ଆଧ୍ୟାତ୍ମିକ ଓ ଆଧିଭୌତିକର କଳ୍ପନା ।

Sponsored
Union Minister Dharmendra Pradhan condoles the demise of Padma Bhushan Ramakant Rath | Argus News