Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Dharmendra Pradhan / Humane Sagarଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Satyendu Sekhar Mishra
Browse all articles by Satyendu Sekhar Mishra
·7 months ago·2 min read
Humane Sagarଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Key Points

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ । 'X'ରେ ପୋଷ୍ଟ କରି ସେ ଲେଖିଛନ୍ତି, ଓଡ଼ିଶା ସଙ୍ଗୀତ ଜଗତ ଜଣେ ଉଜ୍ଜ୍ୱଳ ତାରକାକୁ ହରାଇଲା । ତାଙ୍କ ସ୍ୱରର ଯାଦୁ ସବୁଦିନ ପାଇଁ ଓଡ଼ିଆ ଶ୍ରୋତାଙ୍କ ମନରେ ଅମର ହୋଇ ରହିବ ।

ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି, 'ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅନେକ ଗୀତରେ କଣ୍ଠଦାନ କରି ବହୁତ କମ ସମୟ ମଧ୍ୟରେ ସେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା; ସଙ୍ଗୀତ ଜଗତର ଜଣେ ଉଜ୍ଜ୍ୱଳ ତାରକାକୁ ହରାଇଲା । ତାଙ୍କ ସ୍ୱରର ଯାଦୁ ସବୁଦିନ ପାଇଁ ଓଡ଼ିଆ ଶ୍ରୋତାଙ୍କ ମନରେ ଅମର ହୋଇ ରହିବ' । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି, 'ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି'। କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ଓଡ଼ିଶାର ରାଜ୍ୟପାଳ ମଧ୍ୟ ଏନେଇ ଦୁଃଖ ପ୍ରକାଶ କରିଛନ୍ତି ।

ହ୍ୟୁମାନ କିଛି ଦିନ ହେବ ଅସୁସ୍ଥ ଥିବାରୁ ତାଙ୍କୁ ପ୍ରଥମେ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ୧୪ ତାରିଖରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୁଇ ଦିନ ପୂର୍ବରୁ ଡାକ୍ତର କହିଥିଲେ ତାଙ୍କର ମଲ୍ଟି ଅର୍ଗାନ୍‌ ଫେଲ ହୋଇଛି । ସେ ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ । 

ହ୍ୟୁମାନଙ୍କ ଦେହାନ୍ତ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଅପୟୂରଣୀୟ କ୍ଷତି କହିଲେ ଭୁଲ ହେବନି। ରବିବାର ହ୍ୟୁମାନଙ୍କ ଚେତନା ଶକ୍ତିରେ ସାମାନ୍ୟ ସୁଧାର ଆସିଥିବା ଜଣାପଡ଼ିଥିଲା । ଡାକ୍ତର କହିଥିଲେ, ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କିନ୍ତୁ ତାପରେ ପୁଣି ବିଗିଡ଼ିଥିଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ।

ଲିଭର ସିରୋସିସ୍ ହେଉଛି ଏକ ଦୀର୍ଘକାଳୀନ ରୋଗ ଯେଉଁଥିରେ ଯକୃତର ସ୍ୱାଭାବିକ କୋଷଗୁଡ଼ିକ ଧୀରେ ଧୀରେ ନଷ୍ଟ ହୋଇଯାଏ ଏବଂ ସେହି ସ୍ଥାନରେ କ୍ଷତିଗ୍ରସ୍ତ ତନ୍ତୁ ସୃଷ୍ଟି ହୁଏ । ଏହି କ୍ଷତିଗ୍ରସ୍ତ ତନ୍ତୁକୁ 'ଫାଇବ୍ରୋସିସ୍' କୁହାଯାଏ। ଏହି କାରଣରୁ ଯକୃତ କଠିନ ହୋଇଯାଏ ଏବଂ ତା'ର ସ୍ୱାଭାବିକ କାର୍ଯ୍ୟ କରିବା କ୍ଷମତା କମିଯାଏ । ଯକୃତର ମୁଖ୍ୟ କାର୍ଯ୍ୟ ହେଉଛି ଶରୀରରୁ ବିଷାକ୍ତ ପଦାର୍ଥ ବାହାର କରିବା, ଖାଦ୍ୟରୁ ପୁଷ୍ଟିକର ତତ୍ତ୍ୱ ପ୍ରକ୍ରିୟାକରଣ କରିବା ଏବଂ ରକ୍ତ ଜମାଟ ବାନ୍ଧିବାରେ ସାହାଯ୍ୟ କରୁଥିବା ପ୍ରୋଟିନ୍ ତିଆରି କରିବା । ସିରୋସିସ୍ ହେଲେ ଏହି ସବୁ କାର୍ଯ୍ୟରେ ବାଧା ସୃଷ୍ଟି ହୁଏ। ରୋଗ ଆରମ୍ଭରେ କୌଣସି ଲକ୍ଷଣ ଦେଖାଯାଏ ନାହିଁ, କିନ୍ତୁ ଯକୃତର ୯୦ ପ୍ରତିଶତ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ହେବା ପରେ ଏହାର ଲକ୍ଷଣ ଜଣାପଡ଼ିଥାଏ । ଅତ୍ୟଧିକ ମଦ୍ୟପାନ ଅନେକ ବର୍ଷ ଧରି ଅତ୍ୟଧିକ ମଦ୍ୟପାନ କରିବା ଲିଭର ସିରୋସିସର ଏକ ମୁଖ୍ୟ କାରଣ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Dharmendra Pradhan | Union Minister Dharmendra Pradhan expressed grief over the demise of Humane Sagar | Argus News