Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଜବାହର ନବୋଦୟ ବିଦ୍ୟାଳୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଧର୍ମେନ୍ଦ୍ର ପ୍ରଧାନ

Odisha

ଜବାହର ନବୋଦୟ ବିଦ୍ୟାଳୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଜବାହର ନବୋଦୟ ବିଦ୍ୟାଳୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ: ଢେଙ୍କାନାଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜବାହର ନବୋଦୟ ବିଦ୍ୟାଳୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏଥି ସହ ଫୁଟବଲ୍ ଫର୍ ସ୍କୁଲ୍ କାର୍ଯ୍ୟକ୍ରମରେ ସାମିଲ ହେବେ। ସାରଙ୍ଗ ଏବଂ ପରଜଙ୍ଗ ବ୍ଲକର ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ଏଥି ସହ ଅପରାହ୍ନରେ ପରଜଙ୍ଗ ବ୍ଲକରେ ଅନୁଷ୍ଠିତ ହେବାକୁ ଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ମଧ୍ୟ ଯୋଗଦେବେ। ରବିବାର ଅନୁଗୁଳ କାଙ୍ଗୁଳାବେନ୍ତପୁରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ `ପଞ୍ଚପଣ'ର ଶପଥପାଠ କରାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

2047 ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର ଭାବେ ଗଢ଼ି ତୋଳିବାକୁ ଶପଥ କରାଇଛନ୍ତି କେନ୍ଦ୍ରମନ୍ତ୍ରୀ । ସେ କହିଛନ୍ତି, ଦେଶ ପ୍ରତି ନିଜର ଦାୟିତ୍ଵକୁ ନିଷ୍ଠାର ସହ ପାଳିବାକୁ ସଂକଳ୍ପବଦ୍ଧ ହୁଅ । ଦେଶର ସଂସ୍କୃତି, ଐତିହ୍ୟକୁ ନେଇ ଗର୍ବ କରିବାକୁ ପ୍ରତିଶ୍ରୁତିବଦ୍ଧ ହୁଅ । ଗୁଲାମୀ ମାନସିକତାରୁ ବାହାରି ସ୍ଵାଧୀନଚେତା ହୋଇ ଆଗକୁ ବଢ଼ିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Dharmendra Pradhan visits Dhenkanal | Argus News