ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ

ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ । ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର - ଦର୍ଶନ ନଗର - ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ । ଏହାସହ ଆଜି ସମ୍ବଲପୁର ବେଦିକ ଆନ୍ତର୍ଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ ପରେ ମାଝିପାଲିରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦଘାଟନ ଓ ଶିଳାନ୍ୟାସ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଡିହେବେ କେନ୍ଦ୍ରମନ୍ତ୍ରୀ ।
ଆଜି ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ବହୁମୁଖୀ ସଭାଗୃହର ଶିଳାନ୍ୟାସ, ଫୁଟବଲ ଫର୍ ସ୍କୁଲ୍ କାର୍ଯ୍ୟକ୍ରମର ଶୁଭାରମ୍ଭ ବ୍ୟତୀତ ଦେଶବ୍ୟାପୀ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟର ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଶ୍ରୀ ପ୍ରଧାନ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟ ଉନ୍ମୋଚନ କରିବେ କେନ୍ଦ୍ରମନ୍ତ୍ରୀ । ।
ଅଧିକ ପଢ଼ନ୍ତୁ ଓଡିଶା ଖବର: