Videos
|
Odisha

ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ

Ritu Das
Browse all articles by Ritu Das
·1 year ago·1 min read
ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶାର ବିଶିଷ୍ଟ ଅଭିନେତା ତଥା ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିର ସବୁଜ ନାୟକ ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ । ରାମାୟଣ, ଫୁଲଚନ୍ଦନ, ସୀତା ପରି ଝିଅଟିଏ ଆଦି ସୁପରହିଟ୍ ଚଳଚ୍ଚିତ୍ର ତାଙ୍କର ଅନନ୍ୟ କୃତି।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଓଡ଼ିଆ ଜନମାନସରେ ନିଖୁଣ ଓ ଜୀବନ୍ତ ଅଭିନୟ ତାଙ୍କୁ ଘରେ ଘରେ ଲୋକପ୍ରିୟ କରାଇଥିଲା । ତାଙ୍କ ବିୟୋଗରେ ଓଡ଼ିଶାର କଳା ଜଗତରେ ଏକ ଶୂନ୍ୟସ୍ଥାନ ତିଆରି ହୋଇଛି । ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା । ସେ ଦୀର୍ଘ ଦିନ ପାଇଁ ଓଡ଼ିଆଙ୍କ ମନରେ ରାଜ କରିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ୍ସରେ ଟ୍ବିଟ କରିଛନ୍ତି।

Union Minister expresses condolences on the demise of actor Uttam Mohanty | Argus News