ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ

ଓଡ଼ିଶାରେ ପହଁଚିଲେ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଚାରି ହଜାର କୋଟିରୁ ଉର୍ଦ୍ଧ ଟଙ୍କାର ୧୯ ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ କଟକ ଏବଂ ଭୁବନେଶ୍ବରରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ଗଡକରୀ ।
ଆଜି ଦିଲ୍ଲୀରୁ ସ୍ଵତନ୍ତ୍ର ବିମାନ ଯୋଗେ ଗଡକରୀ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହା ପରେ ବାଏ ରୋଡ କଟକ ଗସ୍ତରେ ଯିବେ। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଆୟୋଜିତ ସେମିନାରରେ ମେମୋରିଆଲ ଲେକ୍ଚର "Infrastructure Development and Odisha" ବିଷୟ ବସ୍ତୁ ଉପରେ ନିଜର ମତ ରଖିବେ। ଏହାପରେ କଟକରୁ ଭୁବନେଶ୍ଵର ଫେରି ଅପରାହ୍ନ ୧ ଟା ୪୫ ମିନିଟରେ ମଞ୍ଚେଶ୍ୱର ସ୍ଥିତ " World Skill Centre" କୁ ପରିଦର୍ଶନ କରିବାନେଇ ଗଡକରୀଙ୍କ କାର୍ଯ୍ୟକ୍ରମ ସ୍ଥିର ହୋଇଚି। ସେହିପରି ଅପରାହ୍ନ ୨ ଟା ୪୦ ରେ କିସ୍ ରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ। ଅପରାହ୍ନ ୩ ଟା ୧୫ ମିନିଟରେ ହୋଟେଲ ମେଫେୟାର ଲାଗୁନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ଓଡିଶାର ଜାତୀୟ ରାଜପଥ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିବେ କେନ୍ଦ୍ର ପରିବହନ ମନ୍ତ୍ରୀ। ଏହା ପରେ ଅପରାହ୍ନ ୪ ଟା ୩୦ ମିନିଟରେ ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଅନେକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ।
କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଏହି ଅବସରରେ ଚାରି ହଜାର କୋଟିରୁ ଉର୍ଦ୍ଧ ଟଙ୍କାର ୧୯ ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରି। ସେଥିମଧ୍ୟରୁ ୧୩ ଟି ଜାତୀୟ ରାଜପଥ ପ୍ରକଳ୍ପ ୨୯୦୫ କୋଟି ଟଙ୍କାର ଶିଳାନ୍ୟାସ କରିବେ ଗଡ଼କରୀ। ଚାରୋଟି ସିଆରଆଇଏଫ ବ୍ରିଜ ୪୨୭ କୋଟି ଟଙ୍କାର ଶିଳାନ୍ୟାସ କରାଯିବ। ଏହାସହ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଯାହାର ବ୍ୟୟ ଅଟକଳ ୮୪୧ କୋଟି ଟଙ୍କା, ଏହାର ଲୋକାର୍ପଣ କରିବେ କେନ୍ଦ୍ର ମନ୍ତ୍ରୀ।