Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କୋଟିଆର ସ୍ଥାୟୀ ସମାଧାନ ପାଇଁ ୧୬ ଜଣିଆ କମିଟି ଗଠନକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

Rashmita Mishra
Browse all articles by Rashmita Mishra
·1 year ago·2 min read
କୋଟିଆର ସ୍ଥାୟୀ ସମାଧାନ ପାଇଁ ୧୬ ଜଣିଆ କମିଟି ଗଠନକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

Key Points

କୋଟିଆର ସ୍ଥାୟୀ ସମାଧାନ ପାଇଁ ୧୬ ଜଣିଆ କମିଟି ଗଠନକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ
କୋଟିଆ ଓଡ଼ିଶାର ଅବିଚ୍ଛେଦ୍ୟ ଅଙ୍ଗ, ଆମର ଭାବାବେଗ କୋଟିଆବାସୀଙ୍କ ସହ ଜଡ଼ିତ : ଧର୍ମେନ୍ଦ୍ର ପ୍ରଧାନ
କୋଟିଆର ସ୍ଥାୟୀ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ

କୋଟିଆର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ୧୬ ଜଣିଆ କମିଟି ଗଠନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ୱାଗତ । କୋଟିଆ ଓଡ଼ିଶାର ଅବିଚ୍ଛେଦ୍ୟ ଅଙ୍ଗ, ଆମର ଭାବାବେଗ କୋଟିଆବାସୀଙ୍କ ସହ ଜଡ଼ିତ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କୋଟିଆର ସ୍ଥାୟୀ ସମାଧାନ ପାଇଁ ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ୧୬ ଜଣିଆ କମିଟି ଗଠନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।


କେନ୍ଦ୍ରମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାର ସୀମାକୁ ଭୌଗୋଳିକ ଓ ସାଂସ୍କୃତିକ ରୂପେ ସୁରକ୍ଷିତ ରଖିବାର ସଂକଳ୍ପନା ନେଇ ମୁଁ ପୂର୍ବରୁ କୋଟିଆ ଗସ୍ତରେ ଯାଇଥିଲି । କୋଟିଆର ସ୍ଥାୟୀ ସମାଧାନ ପାଇଁ ଅନେକ ଥର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଆପୋଷ ବୁଝାମଣା ମାଧ୍ୟମରେ ସମାଧାନ ପାଇଁ ଅନୁରୋଧ କରିଛି । ଅନୁରୋଧ ଓ ଦାବି ସତ୍ତ୍ୱେ ପୂର୍ବ ସରକାର ଏହି ବିଷୟରେ କର୍ଣ୍ଣପାତ କରିନଥିଲେ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କୋରାପୁଟ ଜିଲ୍ଲା କୋଟିଆ ଗ୍ରାମସମୂହର ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ କରିବା ତଥା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନାର ସୁବିଧା କୋଟିଆର ଜନସାଧାରଣଙ୍କ ପହଞ୍ଚାଇବା ପାଇଁ ଓଡ଼ିଶା ସରକାର ରାଜସ୍ୱ ମନ୍ତ୍ରୀ @sureshkpujari ଙ୍କ ଅଧ୍ୟକ୍ଷତାରେ ଏକ ୧୬ ଜଣିଆ କମିଟି ଗଠନ କରିଥିବାରୁ ମୁଖ୍ୟମନ୍ତ୍ରୀ @MohanMOdisha ଙ୍କୁ ଧନ୍ୟବାଦ… pic.twitter.com/2LxP0YggJ0

— Dharmendra Pradhan (@dpradhanbjp) May 23, 2025


ଏହି ପଦକ୍ଷେପ ଦ୍ୱାରା ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଡବଲ ଇଞ୍ଜିନ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଲାଭ ପାଇବେ । ଆମ ଓଡ଼ିଆ ଭାଷା, ସଂସ୍କୃତି, ଅସ୍ମିତା, ସାହିତ୍ୟ, ପରମ୍ପରା ଓ ପର୍ବପର୍ବାଣୀର ପ୍ରଚାର ପ୍ରସାର ହେବ । କୋଟିଆବାସୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ଯୋଡିବା ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧପରିକର ବୋଲି ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

Sponsored