Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରାଉରକେଲାକୁ ତୁରନ୍ତ ସେବା ଯୋଗାଇବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

Odisha

ରାଉରକେଲାକୁ ତୁରନ୍ତ ସେବା ଯୋଗାଇବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·2 min read
ରାଉରକେଲାକୁ ତୁରନ୍ତ ସେବା ଯୋଗାଇବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : ରାଉରକେଲା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହ ରୋକିବା ପାଇଁ ଏହି ସବୁ ଅଞ୍ଚଳକୁ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

 ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ରାଉରକେଲାରେ ଡାଇରିଆ ସଂକ୍ରମଣ ବୃଦ୍ଧି ପାଇବା କାରଣରୁ ଲୋକଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ଦେଖାଯାଇଛି । ବର୍ତ୍ତମାନ ସୁଦ୍ଧା ଏହି ରୋଗରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦୦ରୁ ଅଧିକ ଲୋକମାନେ ଚିକିତ୍ସାଧୀନ ଥିବା କୁହାଯାଉଛି । ପାଣି ସଂକ୍ରମିତ ହୋଇଥିବା କାରଣରୁ ଏହି ରୋଗ ବ୍ୟାପୁଥିବା ସନ୍ଦେହ କରାଯାଉଛି । ଫଳସ୍ୱରୂପ ଅଧିକରୁ ଅଧିକ ଲୋକମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସମସ୍ୟା ପରିଲକ୍ଷିତ ହେଉଛି । ରାଉରକେଲା ଏବଂ ଆଖପାଖ ଅଞ୍ଚଳର ଲୋକଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ରାଉରକେଲାକୁ କେନ୍ଦ୍ରୀୟ ସହାୟତା ପଠାଇ ସଂକ୍ରମଣକୁ ରୋକିବା ଦିଗରେ ବିହିତ ପଦକ୍ଷେପ ନେବାକୁ ଶ୍ରୀ ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ।      

ଅଧିକ ପଢନ୍ତୁ : ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନିଅନ୍ତୁ ରାଜ୍ୟ ସରକାର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅନୁରୂପ ଭାବରେ ଏହି ଘଟଣାରେ ପତ୍ର ଲେଖିବା ପୂର୍ବରୁ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଥିଲେ ଯେ ରାଉରକେଲା ସହର ସହିତ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ଡାଇରିଆ ଲାଗି ରହିଥିବା କାରଣରୁ ଲୋକମାନେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।  

ରାଉରକେଲା ଭଳି ମହାନଗର ଅଞ୍ଚଳରେ ଡାଇରିଆ ସଂକ୍ରମଣରେ ଶତାଧିକ ଲୋକ ଆକ୍ରାନ୍ତ ହେବା ଓ ପ୍ରଶାସନର ନିୟନ୍ତ୍ରଣ ବାହାରକୁ ଚାଲିଥିବା ଚିନ୍ତାଜନକ । ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ । ସଂକ୍ରମିତ ଅଞ୍ଚଳରେ ଘର ଘର ବୁଲି ଲୋକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସଚେତନତା ସୃଷ୍ଟି କରାଯାଉ । ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ସହ ଉକ୍ତ ଅଞ୍ଚଳରେ ନାଗରିକଙ୍କୁ ଅତ୍ୟାବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ତ୍ୱରିତ ପଦକ୍ଷେପ ନିଅନ୍ତୁ ବୋଲି ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଥିଲେ ।

Argus Whatsapp Channel Mobile Top
Sponsored
Union Minister writes letter to control cholera in Rourkela | Argus News