Videos
|
Odisha

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଉତ୍ତମ ମହାନ୍ତିଙ୍କର ହେବ ଶେଷକୃତ୍ୟ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Ritu Das
Browse all articles by Ritu Das
·1 year ago·1 min read
ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଉତ୍ତମ ମହାନ୍ତିଙ୍କର ହେବ ଶେଷକୃତ୍ୟ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆରପାରିରେ ଓଡ଼ିଶାର ଭେଟାରାନ ଅଭିନେତା ଉତ୍ତମ ମହାନ୍ତି । ମେଦାନ୍ତ ହସ୍ପିଟାଲରେ ଗୁରୁବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛକନ୍ତି । ତେବେ ତାଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ତେବେ ଉତ୍ତମଙ୍କ ବିୟୋଗରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି । ଉତ୍ତମଙ୍କ ପୁଅ ସହିତ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ତାଙ୍କ ପାର୍ଥୀବ ଶରୀରକୁ ଦିନ 11ଟା ସମୟରେ ଭୁବନେଶ୍ବର ଅଣାଯିବ ।


ତାଙ୍କ ପାର୍ଥୀବ ଶରୀରକୁ ଦିଲ୍ଲୀରୁ ଭୁବନେଶ୍ବର ଅଣାଯିବାରେ ସମସ୍ତ ପ୍ରକାର ସାହାଯ୍ୟ କରାଯିବ ବୋଲି ମୋହନ ମାଝୀ କହିଛନ୍ତି । ତେବେ ଭୁବନେଶ୍ବର ମରଶରୀର ଫେରିବା ପରେ ରାଷ୍ଟ୍ରୀୟ ମର୍ଯାଦା ସହିତ ଶେଷକୃତ୍ୟ ସମ୍ପନ୍ନ କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ପ୍ରକାଶଥାଉକି, ଉତ୍ତମ ମହାନ୍ତି ଲିଭର ଶିରୋସିସ ରୋଗରେ ପୀଡିତ ଥିଲେ । ହେଲେ ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦେବା ପାଇଁ 8 ତାରିଖରେ ତାଙ୍କୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା ।
ତେବେ ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ‌ଗୁରୁବାର ରାତିରେ ସେ ଚିରଦିନ ପାଇଁ ଶୋଇଯାଇଛନ୍ତି । ତାଙ୍କର ପରଲୋକରେ ଓଲିଉଡ୍‌ରେ ଏକ ଯୁଗର ଅବସାନ ଘଟିଲା। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Uttam Mohanty to be cremated with state honours: CM | Argus News