ଓଡିଶାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
·2 years ago

ଅର୍ଗସ ବ୍ୟୁରୋ: ଓଡିଶାରେ ଯୋଗୀ ଆଦିତ୍ୟନାଥ। ଭୁବନେଶ୍ୱରରେ ପହଞ୍ଚିବା ପରେ ବାଣପୁର ଅଭିମୁଖେ ଯୋଗୀ। ଓଡିଶାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା। ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍।
ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏଥିସହିତ ୭ଟି ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ରହିବେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: