ସ୍ୱାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା ନାରୀ
·2 years ago

ଅର୍ଗସ ବ୍ୟୁରୋ: ଆଜି ସାବିତ୍ରୀ ଅମାବାସ୍ୟା। ସ୍ୱାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା। ସ୍ୱାମୀଙ୍କ ଦୀର୍ଘାୟୁ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରି ମହିଳା ମାନେ ଏହି ବ୍ରତ ପାଳନ କରିଥାନ୍ତି। ସାବିତ୍ରୀ ପୂଜା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ମନ୍ଦିରରେ ଚାଲିଛି ପୂଜାର୍ଚ୍ଚନା । ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ନୂଆ ଶାଢୀ, ସଙ୍ଖା, ସିନ୍ଦୂର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି ।
ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ବ୍ରତ କଥା ଗାଇ ପୂଜା କରୁଛନ୍ତି ସଧବା ନାରୀ । ବିଶେଷ କରି ଆମ୍ବ, ପଣସ, ନଡିଆ, ଫୁଟି କାକୁଡି, ତାଳ, ଖଜୁରୀ ଆଦି ଦେଶୀ ଫଳରେ ପୂଜା କରୁଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: