Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆରପାରିରେ ଦାମ ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

Ritu Das
Browse all articles by Ritu Das
·2 years ago·2 min read
ଆରପାରିରେ ଦାମ ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ଅର୍ଗସ ବ୍ୟୁରୋ: ଆରପାରିରେ ଓଡ଼ିଶା ରାଜନୀତିର ବରିଷ୍ଠ ନେତା ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
ଦୀର୍ଘ ଦିନ ଧରି କିଡନୀ ସମସ୍ୟା ସହ ଯୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ, ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। 

ଘରୋଇ ହସ୍ପିଟାଲକୁ ନେବା ଭିତରେ ବ୍ରେନକୁ ବ୍ଲଡ ଓ ଅକ୍ସିଜେନ୍ ସପ୍ଲାଇ କମିଯାଇଥିଲା ବୋଲି କହିଛନ୍ତି ପୁଅ ସମ୍ବିତ। ଘରୋଇ ହସ୍ପିଟାଲରେ ପହଞ୍ଚିବା ପରେ ତାଙ୍କୁ ସିପିଆର୍ ଦିଆଯାଇଥିଲା ଏବଂ ହାର୍ଟ ଚାଲିଥିଲା। ତେବେ ମସ୍ତିଷ୍କରେ ଗୁରୁତର କ୍ଷତି ହୋଇଥିବାରୁ ସେ ବ୍ରେନଡେଡ୍ ସ୍ଥିତିରେ ବୋଲି କହିଥିଲେ ସମ୍ବିତ ।
ଓଡ଼ିଶା ରାଜନୀତିର ଜଣେ ମହାଦ୍ରୁମ ଭାବେ ପରିଚିତ ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ। ୭ ଥର ବିଧାୟକ ଓ ବହୁ ବାର ମନ୍ତ୍ରୀ ହୋଇଥିବା ଦାମୋଦର ବିଜୁ ପଟ୍ଟନାୟକଙ୍କର ବି ଥିଲେ ଅତି ଘନିଷ୍ଠ ସହଯୋଗୀ। ୧୯୭୭ ମସିହାରେ ପ୍ରଥମ ଥର ପାଇଁ ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତାଦଳ ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। 
ପରେ ୧୯୮୦ରେ ଜନତା ଦଳ ସେକୁଲାରରୁ ଜିତି ଦ୍ୱତୀୟ ଥର ପାଇଁ ବିଧାନସଭା ଆସିଥିଲେ। ଯଦିଓ ୧୯୯୫ ମସିହାରେ ତାଙ୍କୁ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା, ହେଲେ ୨ ହଜାରରୁ ୨୦୧୯ ପର୍ଯ୍ୟନ୍ତ ବିଜୁ ଜନତା ଦଳରୁ ଲଗାତର ନିର୍ବାଚିତ ହୋଇ ଆସିଥିଲେ । ୫ଥର ଏରସମା ଓ ୨ଥର ପାରାଦ୍ୱୀପରୁ ଲଢି ବି ଜିତିଥିଲେ ଦାମ। 

ବାପା ବିଜୁ ପଟ୍ଟନାୟକ ଓ ପୁଅ ନବୀନ ପଟ୍ଟନାୟକଙ୍କ ସରକାରରେ ବିଭିନ୍ନ ସମୟରେ କୃଷି, ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ସମବାୟ ଭଳି ୭ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀପଦ ସମ୍ଭାଳି ଥିଲେ ଦାମ । ତେବେ ୨୦୧୭ ମସିହାରେ ବିଜେଡି ତାଙ୍କୁ ଦଳରୁ ବହିଷ୍କାର କରିଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତାପରେ ସେ ମାର୍ଚ୍ଚ ୨୦୧୯ରେ ବିଜେପିରେ ମିଶି ବାଲିକୁଦାରୁ ପଦ୍ମଫୁଲ ଚିହ୍ନରେ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ। ତେବେ ଗତ ଜାନୁଆରୀ ମାସରେ ବିଜେଡି ତାଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇ ଥିଲା। ଜଣେ ଦକ୍ଷ ରାଜନେତାଭାବେ ଦାମ ଯେତିକି ଜଣାଶୁଣା ତାଙ୍କ ରୋକଠୋକ୍ କଥାବାର୍ତ୍ତା ପାଇଁ ମଧ୍ୟ ସେ ସେତିକି ଚର୍ଚ୍ଚିତ।

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Sponsored
veteran bjd leader | Argus News