Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅବସରପ୍ରାପ୍ତ ବନ ବିଭାଗ ରେଞ୍ଜର ଜଗବନ୍ଧୁ ପାଢ଼ୀଙ୍କ ବାସଭବନରେ ଚଢାଉ  

Manini Pattanayak
Browse all articles by Manini Pattanayak
·2 years ago
ଅବସରପ୍ରାପ୍ତ ବନ ବିଭାଗ ରେଞ୍ଜର ଜଗବନ୍ଧୁ ପାଢ଼ୀଙ୍କ ବାସଭବନରେ ଚଢାଉ  

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ବନ ବିଭାଗ ରେଞ୍ଜର୍ ଜଗବନ୍ଧୁ ପାଢୀ। ବାସଭବନରେ କଟକ, ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢ଼ାଉ । ଅବସର ପ୍ରାପ୍ତ ବନ ବିଭାଗ ରେଞ୍ଜର ଜଗବନ୍ଧୁ ପାଢ଼ୀଙ୍କ ବାସଭବନରେ କଟକ, ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ। ସୁନାମସାହି ଓ ଆସିକା ବସଷ୍ଟାଣ୍ଡରେ ଭିଜିଲାନ୍ସର ଦୁଇଟି ଟିମର ଚଢ଼ାଉ ।

ସାହିର ଜଗବନ୍ଧୁ ପାଢ଼ୀ ଘରେ ଚଢ଼ାଉ ହେଉଥିବା ସୂଚନା। ଜଗବନ୍ଧୁ ଜଣେ ରିଟାର୍ଡ ରେଞ୍ଜର ହୋଇଥିବା ବେଳେ କଟକ ଓ ବ୍ରହ୍ମପୁର ଭିଜିଲାନ୍ସର ଗୋଟିଏ 10 ଜଣିଆ ଟିମ ଦୁଇଟି ଭାଗରେ ବିଭକ୍ତ ହୋଇ ମିଳିତ ଚଢ଼ାଉ କରୁଥିବା ଜଣା ପଡ଼ିଛି। ହେଲେ ଚଢ଼ାଉ ର ପ୍ରକୃତ କାରଣ ଜଣା ପଡ଼ିନଥିବା ବେଳେ ଆୟ ବହିର୍ଭୁତ ସମ୍ପତି ଅଭିଯୋଗ ରେ ପୂର୍ବରୁ ଜଗବନ୍ଧୁ ଭିଜିଲାନ୍ସ ଜାଲରେ ପଡ଼ିଥିଲେ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Vigilance raid At the residence of retired forest ranger Jagbandhu Padhi | Argus News