Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି 

Odisha

ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି 

Manini Pattanayak
Browse all articles by Manini Pattanayak
·1 year ago·1 min read
ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି 

ଭୁବନେଶ୍ୱର:  ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ। ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ।  ଗତକାଲି ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍‌ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର  ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର  ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ୫ ଦିନ ଭାରୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେଉଁଝର, ଯାଜପୁର,ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ସମ୍ବଲପୁର,ଦେଓଗଡ଼,ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର,ନୂଆପଡ଼ା, କୋରାପୁଟ, ମାଲକାନଗିରି ର କିଛି ସ୍ଥାନରେ ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ  ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ମୟୁରଭଞ୍ଜ, କେଉଁଝର, ଝାରସୁଗୁଡ଼ା,ସୁନ୍ଦରଗଡ଼, ସମ୍ବଲପୁର ଓ ଦେଓଗଡ଼ ର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ  ଓ୍ୱାର୍ଣ୍ଣିଂ  ବର୍ଷାର ପରିମାଣ ବଢିବ କହିଛି ପାଣିପାଗ ବିଭାଗ । ଅଧିକ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା  ଓ ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ  ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଅଧିକ ପଢନ୍ତୁ ଓଡିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Warning of heavy rain for the next 4 days | Argus News