୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
·1 year ago

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା । ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଚେତାବନୀ ।
୬ ତାରିଖ ଯାଏ ଜାରି ରହିବ ବର୍ଷା । ସେହିପରି ଗତ ୨୪ ଘଣ୍ଟାରେ ବାରିପଦାରେ ସର୍ବାଧିକ ୧୫୬.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଜିଲ୍ଲାର ଜମଦାରେ ୧୩୧, ଚାନ୍ଦୁଆରେ ୧୨୬, ବେତନଟୀରେ ୧୨୫, ସାରସକଣାରେ ୧୧୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: