Weather News: ମୌସୁମୀ ଆସୁଛି ହେଲେ ତାତି ବଢ଼ୁଛି, କେବେ ମିଳିବ ତ୍ରାହି ?

ଅସହ୍ୟ ଗରମ, ଗୁଳୁଗୁଳିରେ ରାଜ୍ୟବାସୀ କଲବଲ ହେଉଥିବା ବେଳେ ଆଗକୁ ଅସମ୍ଭାଳ ହେବ ତାତି । ଆଗାମୀ ୫ ଯାଏ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ୨ ଦିନ ଭିତରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଛି । ୪୪ ଡିଗ୍ରୀ ଟପିପାରେ ତାପମାତ୍ରା ।
ଆସନ୍ତା ୨୪ ଘଣ୍ଟା ପାଇଁ ଉପକୂଳ ଓଡ଼ିଶା ଓ ତାର ପାଶ୍ୱବର୍ତ୍ତୀ ୧୩ ଜିଲ୍ଲା ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପର ଆସନ୍ତାକାଲି ଉପକୂଳ ଓଡ଼ିଶା ଓ ତା ପାଶ୍ୱବର୍ତ୍ତୀ ୧୩ ଜିଲ୍ଲା ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଆସନ୍ତା ୧୯ ତାରିଖ ଯାଏ ଏହିପରି ତାତି ଜାରି ରହିବ ।
ସେପଟେ ଆଗାମୀ ୨୪ ଘଣ୍ଟାରେ ୧୧ଟି ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ମଙ୍ଗଳବାର ସୁଦ୍ଧା ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ଛୁଇଁବା ନେଇ ପାଗ ଅନୁକୂଳ ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।