Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - କାଳବୈଶାଖୀ ପ୍ରଭାବରେ ଭିଜିଲା ଓଡିଶା

Odisha

କାଳବୈଶାଖୀ ପ୍ରଭାବରେ ଭିଜିଲା ଓଡିଶା

Jitendra Dash
Browse all articles by Jitendra Dash
·2 years ago·1 min read
କାଳବୈଶାଖୀ ପ୍ରଭାବରେ ଭିଜିଲା ଓଡିଶା

ଅର୍ଗସ ବ୍ୟୁରୋ : କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । କଟକ, ଭୁବନେଶ୍ୱର, ଢେଙ୍କାନାଳ, ରାୟଗଡାରେ ବର୍ଷା ହୋଇଛି । ଆସନ୍ତା ଦୁଇ ଦିନ ନାକେଦମ୍ କରିବ କାଳବୈଶାଖୀ । କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । 

କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ । ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । 

ଅଧିକ ପଢନ୍ତୁ ପାଣିପାଗ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ପରିମାଣ ୨୦୦ ମିଲିମିଟର ପର୍ଯ୍ୟନ୍ତ ରହିପାରେ । କାଳବୈଶାଖୀ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସତର୍କତା ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।
 

Sponsored
weather update | Argus News