Videos
|
Odisha

୨୫ ଜୁନ୍ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

Smruti Parija
Browse all articles by Smruti Parija
·1 year ago·2 min read
୨୫ ଜୁନ୍ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

Key Points

ଆହୁରି 5 ଦିନ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା

25 ଓ 26 ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି

୨୫ ଜୁନ୍ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

୨୨ ରୁ ୨୬ ଜୁନ୍ ମଧ୍ୟରେଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କଲା ବିଭାଗ ।୨୫ ଜୁନ୍ ପାଖାପାଖି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି ।ଯାହାର ପ୍ରଭାବରେ ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଭାରି ବର୍ଷା ବା ଅତ୍ୟନ୍ତ ପ୍ରବଳ ବର୍ଷା ର ସମ୍ଭାବନା ।


24 ଏବଂ ୨୫ ତାରିଖରେ ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖରେ ୩୫-୪୫ କିମିରୁ ୫୫ କିମି ବେଗରେ ପବନ ବ‌ହିବା ସହିତ ଝଡ଼ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ବିଭାଗ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେପଟେ ଖୋର୍ଦ୍ଧା ଅଞ୍ଚଳରେ ସବୁଠାରୁ ଅଧିକ ବର୍ଷା ଆଜି ହୋଇଥିବାର ହୋଇଛି ରେକର୍ଡ଼ । ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ବି ଏଲୋ ଆଲର୍ଟ ଜାରି କରାଯାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନ ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ବି ରହିଛି ।


ତେବେ ସାରା ଓଡିଶାରେ ଆହୁରି 5 ଦିନ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ବି ଜାରି ରହିବ I ଯାହାର ପ୍ରଭାବରେ ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଭାରି ବର୍ଷା ବା ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।ସେଥିପାଇଁ ରାଜ୍ୟର କିଛି ଜିଲ୍ଲା କୁ 25 ଓ 26 ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ ।25 ତାରିଖ ବେଳକୁ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ରହିଛି ସମ୍ଭାବନା । ତେବେ ଆଉ ଅନ୍ୟ ଜିଲ୍ଲା ମାନଙ୍କରେ ବି ପ୍ରବଳ ବର୍ଷା ନେଇ ସତର୍କ କରିଛି ବିଭାଗ ।

weather-update-heavy-rain-from-22nd-of-june-to-26th-june | Argus News