ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି, ୨୨ଟି ସହରରେ ଦିନ ତାପମାତ୍ରା ୪୨ ଡିଗ୍ରି ଉପରେ
·2 years ago·1 min read

ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ । ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ଗାତକାଲି ରାଜ୍ୟର ୩୩ଟି ସହରରେ ଦିନ ତାପମାତ୍ରା ୪୦ଡିଗ୍ରିରୁ ଅଧିକ ରେକର୍ଡ କରାଯାଇଛି। ୨୨ଟି ସହରରେ ଦିନ ତାପମାତ୍ରା ୪୨ ଡିଗ୍ରି କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କିଛିକିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ରୁ ୩ ଡ଼ିଗ୍ରି ବୃଦ୍ଧି ସହ ପରବର୍ତ୍ତୀ ସମୟରେ ଏଥିରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ। ତଥା ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆଗାମୀ ୫ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ସ୍ୱାଭାବିକ ତୁଳନାରେ ୩ରୁ ୬ ଡ଼ିଗ୍ରି ଯାଏଁ ଅଧିକ ରହିବା ସହ ଗ୍ରୀଷ୍ମ ପ୍ରବାହରୁ ଭୀଷଣ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଲାଗିରହିବାର ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: