Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନୂଆ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ, ଧୀରେ ଧୀରେ ଶୀତ କମିବ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ନୂଆ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ, ଧୀରେ ଧୀରେ ଶୀତ କମିବ

ଅର୍ଗସ ବ୍ୟୁରୋ:  ନୂଆ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ରାତ୍ରି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଧୀରେ ଧୀରେ ଶୀତ କମିବା ସହ ରାଜ୍ୟରେ ତାପମାତ୍ରା 2 ରୁ ତିନି ଡିଗ୍ରୀ ବୃଦ୍ଧି ହୋଇଛି। ରାଜ୍ୟ ଭିତରକୁ ଶୁଷ୍କ ଓ ଉଷ୍ମ ବାୟୁ ପ୍ରବାହ ବଢୁଥିବାରୁ ତାପମାତ୍ରା ବୃଦ୍ଧି ହେବା ସହ ଶୀତର ପ୍ରଭାବ କମିବ। ହେଲେ ବିଭିନ୍ନ ଜିଲ୍ଲାରେ ସକାଳୁ ଘନ କୁହୁଡ଼ି ଦେଖା ଦେଇପାରେ। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଆଜି ଘନ କୁହୁଡ଼ି ପାଇଁ 20 ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସବୁ ଜିଲ୍ଲାରେ ଦୃଶ୍ୟମାନ କ୍ଷମତା 50 ମିଟର କିମ୍ବା ତା'ଠାରୁ କମ୍ ହୋଇପାରେ । ଘନ କୁହୁଡି ସତର୍କତା ପରେ ପୋଲିସ ଓ ପରିବହନ ବିଭାଗକୁ ସତର୍କ କରାଇଛନ୍ତି ଏସଆରସି । ଗାଡି ଚଳାଚଳ ଉପରେ ନଜର ରଖିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
weather update in odisha today | Argus News