Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଉପକୂଳରୁ ଦକ୍ଷିଣ ସବୁଠି ଜାରି ରହିଛି ବର୍ଷା...

Smruti Parija
Browse all articles by Smruti Parija
·2 years ago·1 min read
ଉପକୂଳରୁ ଦକ୍ଷିଣ ସବୁଠି ଜାରି ରହିଛି ବର୍ଷା...

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଉପକୂଳରୁ ଦକ୍ଷିଣ ସବୁଠି ଜାରି ରହିଛି ବର୍ଷା । ଆଗାମୀ ୪ ଦିନ ଧରି ରାଜ୍ୟର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଯାହାର ପ୍ରଭାବରେ ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । 

ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ,କଳାହାଣ୍ଡିରେ ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । 

ସେହିପରି ମୌସୁମୀ ସିଜିନ୍ ରେ ଏଯାଏଁ ରାଜ୍ୟରେ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବାବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ । ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Sponsored
weather-update-odisha | Argus News