Videos
|
Odisha

Diwali / କେବେ ପାଳିବେ ଦୀପାବଳି ଜାଣି ରଖନ୍ତୁ...

Banajyotshna Ray
Browse all articles by Banajyotshna Ray
·12 months ago·2 min read
କେବେ ପାଳିବେ ଦୀପାବଳି ଜାଣି ରଖନ୍ତୁ...

Key Points

ପୟା ଶ୍ରାଦ୍ଧ ତାରିଖକୁ ନେଇ ଦ୍ଵନ୍ଦ
ପୁରୀରେ ପୟା ଶ୍ରାଦ୍ଧ ତାରିଖକୁ ନେଇ ଦ୍ଵନ୍ଦ

ମୁକ୍ତି ମଣ୍ଡପ ସ୍ଵୀକୃତ ପଞ୍ଜିକାରେ ୨୦ ପୟା ଶ୍ରାଦ୍ଧ
ଅନ୍ୟ ପଞ୍ଜିକାରେ ୨୧ ତାରିଖରେ ପୟା ଶ୍ରାଦ୍ଧ

ପାଖେଇ ଆସିଲାଣି ଆଲୋକର ପର୍ବ ଦୀପାବଳି। ଗାଁଠୁ ସହର ସମସ୍ତେ ଏହି ପର୍ବ ପାଳିବାକୁ ପ୍ରସ୍ତୁତ ହେଲେଣି। ହେଲେ ଅନ୍ୟ ସବୁ ପର୍ବ ପରି ଦୀପାବଳିକୁ ନେଇ ଦ୍ୱନ୍ଦ ସୃଷ୍ଟି ହୋଇଛି। କେବେ ପାଳିବେ ଦୀପାବଳି। ଅକ୍ଟୋବର ୨୦ ତାରିଖ ନା ୨୧ ତାରିଖ। ପୁଣି ଏକ ପର୍ବକୁ ନେଇ ଦେଖାଦେଇଛି ଦ୍ବନ୍ଦ। ରାଧାରମଣ ପ୍ରେସ ପଞ୍ଜିକା ବା ମୁକ୍ତି ମଣ୍ଡପ ସ୍ଵୀକୃତ ପଞ୍ଜିକା ଗୁଡିକରେ ଦୀପାବଳି ବା ପୟା ଶ୍ରାଦ୍ଧ ଅକ୍ଟୋବର ୨୦ ତାରିଖ ଉଲ୍ଲେଖ ରହିଥିବା ବେଳେ ଅନ୍ୟ ପଞ୍ଜିକାରେ ୨୧ ତାରିଖ ଉଲ୍ଲେଖ ରହିଛି ।


20 ତାରିଖ ଦିନ 3 ଟା 45 ପର ଠାରୁ ପର ଦିନ ଅର୍ଥାତ୍ ଅକ୍ଟୋବର 21 ତାରିଖ 5 ଟା 54 ପର୍ଯ୍ୟନ୍ତ ଅମାବାସ୍ୟା ରହିଛି ।ଯେଉଁମାନେ ମହାଳୟା ଅମାବାସ୍ୟାରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଦେଇପାରନ୍ତି ନାହିଁ। ସେମାନେ ମହାଳୟା ଅମାବାସ୍ୟା ଦିନ ଶ୍ରାଦ୍ଧ ଦେଇଥାନ୍ତି । ଦିନରେ ମହାଳୟା ଶ୍ରାଦ୍ଧ ପରେ ରାତିରେ ଦୀପ ଦାନ କରିଥାନ୍ତି । କିନ୍ତୁ 20 ତାରିଖରେ ଦିନ ତମାମ ଚତୁର୍ଦ୍ଦଶୀ ରହୁଥିବାରୁ କିଭଳି ସେଦିନ ପୟାଶ୍ରାଦ୍ଧ ହେବ ନେଇ ଉଠିଛି ପ୍ରଶ୍ନ ।


Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କାହିଁକି ପାଳନ କରାଯାଏ ଦୀପାବଳି?


ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍‌ ବିଷ୍ଣୁ ହିରଣ୍ୟକଶିପୁଙ୍କୁ ବଧ କରିଥିଲେ। ସେଥିପାଇଁ ଏହି ପର୍ବ ପାଳନ କରାଯାଏ। ଆଉ କେତେକ ମତ ଦିଅନ୍ତି, ଉକ୍ତ ଦିନ ସମୁଦ୍ର ମନ୍ଥନରୁ ଲକ୍ଷ୍ମୀ ଓ ଧନ୍ବନ୍ତରୀଙ୍କ ଆବିର୍ଭାବ ହୋଇଥିଲା। ଆହୁରି ମଧ୍ୟ କୁହାଯାଏ, ୧୪ ବର୍ଷ ବନବାସ ସାରି ମର୍ଯ୍ୟାଦାପୁରୁଷ ରାମଚନ୍ଦ୍ର ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିଥିବାରୁ ଏହିଦିନକୁ ସ୍ମରଣୀୟ କରିବାକୁ ଆଲୋକର ପର୍ବ ଭାବେ ପାଳନ କରାଯାଇଥାଏ।


ଏଥିସହ ପଢ଼ନ୍ତୁ: ସମୟ ଗଡ଼ୁଛି...ସସପେନ୍ସ ବଢ଼ୁଛି, ପୀତବାସଙ୍କ ମର୍ଡର ମିଷ୍ଟ୍ରି ପଛର କାରଣ ଖୋଜୁଛି ପୋଲିସ


ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଶ୍ରୀକୃଷ୍ଣ ନାରକାସୁରକୁ ବଧ କରିଥିବାରୁ ଏହାପର ଦିନକୁ ଦୀପାବଳି ଭାବେ ପାଳନ କରାଯାଏ। ଏହାସହ କେହି କେହି ମତ ଦିଅନ୍ତି, ରାକ୍ଷସମାନଙ୍କୁ ବଧ କରିବା ପରେ ଯେତେବେଳେ ମହାକାଳୀଙ୍କ କ୍ରୋଧ ଶାନ୍ତ ହୋଇ ନ ଥିଲା ଏବଂ ସେ ଉଗ୍ର ରୂପ ଧାରଣ କରି ସୃଷ୍ଟି ସଂହାର ଉଦ୍ଦେଶ୍ୟରେ ବାହାରିଥିଲେ, ସେତେବେଳେ ଶିବ ତାଙ୍କୁ ଅଟକାଇବା ପାଇଁ ତଳେ ଶୋଇ ପଡିଥିଲେ। ଏହାପରେ ତତ୍‌କ୍ଷଣାତ୍‌ ମହାକାଳୀ ଶାନ୍ତ ହୋଇ ଯାଇଥିଲେ। ତେଣୁ କାଳୀଙ୍କ ଶାନ୍ତ ରୂପ ମହାଲକ୍ଷ୍ମୀଙ୍କୁ ଏହିଦିନଠାରୁ ପୂଜା ଆରମ୍ଭ କରାଯିବା ସହ ଦୀପାବଳି ରାତିରେ କାଳୀଙ୍କ ଉଗ୍ରରୂପକୁ ମଧ୍ୟ ପୂଜା କରାଯାଇଥାଏ। ତେଣୁ ଶାସ୍ତ୍ରୀୟ ମତରେ ବିଭିନ୍ନ କାରଣକୁ ନେଇ ଏହି ଦୀପାବଳି ଉତ୍ସବ ପାଳନ କରାଯିବାର ବିଧି ରହିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର


Diwali 2025 | When is Diwali 2025? Know the Date, Puja Timings, and Celebration Details | Argus News | Argus News Odia