Dhanu Jatra / କିଏ ହେବ ନୂଆ କଂସ ? ଆଜି ଘୋଷଣା ହେବ ନାଁ
·7 months ago·2 min read

Key Points
ବରଗଡ଼ ଧନୁଯାତ୍ରାର କଂସ ପାଇଁ ଚାଲିଛି ଚୟନ ପ୍ରକ୍ରିୟା
କଂସ ମହାରାଜ ପାଇଁ ଆବେଦନ କରିଛନ୍ତି ୪୪ଜଣ କଳାକାର
ମହାରାଜା କଂସଙ୍କ ପାଇଁ ଚାଲିଛି ମେଗା ଅଡିସନ୍

ବିଶ୍ଵ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଆକର୍ଷଣ ମହାରାଜା କଂସ । ଏଥିପାଇଁ ଆଜି ଚାଲିଛି ଚୟନ ପ୍ରକିୟା । କଂସ ମହାରାଜା ପାଇଁ ଆବେଦନ କରିଛନ୍ତି ୪୪ ଜଣ କଳାକାର। ବରଗଡ଼ ବିଜୁ ପଟ୍ଟନାୟକ ଟାଉନ୍ ହଲ୍ ଠାରେ ତିନି ଦିନ ଧରି ଚାଲିଛି କଳାକାର ଚୟନ ପ୍ରକିୟା । ଧନୁଯାତ୍ରାର ପାର୍ଶ୍ଵ କଳାକାର ଙ୍କ ଚୟନ ପ୍ରକିୟା ଶେଷ ହୋଇଥିବା ବେଳେ ଏବେ ଯାତ୍ରାର ମୁଖ୍ୟ ଆକର୍ଷଣ ମହାରାଜା କଂସଙ୍କ ପାଇଁ ଚାଲିଛି ମେଗା ଅଡିସନ୍ । ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା କଳାକାର ମାନେ ଏହି ଚୟନ ପ୍ରକିୟାରେ ଭାଗ ନେଇଛନ୍ତି । କିଏ ହେବ ବରଗଡ଼ ଧନୁଯାତ୍ରାର ନୂଆଁ କଂସ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।
ସୂଚନାନୁଯାୟୀ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଛି । ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲରେ ସୋମବାର କଂସ କଳାକାର ଚୟନ ପ୍ରକ୍ରିୟା ରହିଥିଲା ।
ଏଥିସହ ପଢ଼ନ୍ତୁ: ଦେହ ଖରାପ ସତ୍ତ୍ଵେ ହ୍ୟୁମାନଙ୍କୁ ନେଇ କିଏ କରାଉଥିଲା ଷ୍ଟେଜ୍ ଶୋ' ? ମାଆ ଆଣିଲେ ସାଂଘାତିକ ଅଭିଯୋଗ
୪୪ଜଣ ଯୋଗ୍ୟ ଆବେଦନକାରୀଙ୍କ ମଧ୍ୟରୁ ୩୬ଜଣ କଳାକାର ବେଶଭୂଷା, ପରିପାଟୀ ସହିତ ଚୟନ ପ୍ରକ୍ରିୟାରେ ସାମିଲ ହୋଇଥିଲେ ଏବଂ ବିଚାରକ ମଣ୍ଡଳୀଙ୍କ ସମ୍ମୁଖରେ ନିଜ ଅଭିନୟ ନିଖୁଣତା ପ୍ରଦର୍ଶନ ସହିତ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ । ସେହିପରି ଗତ ୧୫ ତାରିଖ ଦେବକୀ, ନାରଦ, ଚାଣୁର, ମୁଷ୍ଟିକ, ସାର୍ତ୍ତକି, ବସୁଦେବ, ଅକ୍ରୁର ଉଗ୍ରସେନ ଏବଂ ୧୬ ତାରିଖ ମହାମନ୍ତ୍ରୀ ଓ ସେନାପତି ଚରିତ୍ର ପାଇଁ କଳାକାର ଚୟନ ହୋଇଥିଲା ।
ବିଚାରକଭାବେ ବରଗଡ଼ର ମିହିର କୁମାର ମେହେର, କଳାହାଣ୍ଡିର ପରମେଶ୍ଵର ମୁଣ୍ଡ, ସମ୍ବଲପୁରର ପ୍ରଦୀପ କୁମାର ପଣ୍ଡା, ଝାରସୁଗୁଡ଼ାର ସୁବାଷ ପ୍ରଧାନ ଏବଂ ଦେବଗଡ଼ର ସୁଜିତ ପାତ୍ର ଉପସ୍ଥିତ ଥିଲେ । ଆଜି ପୂର୍ବାହ୍ନ ୧୧ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କଂସ ସମେତ ବିଭିନ୍ନ ଚରିତ୍ର ପାଇଁ ଚୟନ ହୋଇଥିବା କଳାକାରଙ୍କ ନାମ ଘୋଷଣା କରାଯିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ ସୂଚନା ଦେଇଛନ୍ତି।
ଅଧିକ ପଢନ୍ତୁ ଓଡ଼ିଶା ଖବର...

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories