Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି, ପୁଅର ପାଠପଢ଼ା ବ୍ୟବସ୍ଥା କରିବେ: ମୁଖ୍ୟମନ୍ତ୍ରୀ।

Odisha

ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି, ପୁଅର ପାଠପଢ଼ା ବ୍ୟବସ୍ଥା କରିବେ: ମୁଖ୍ୟମନ୍ତ୍ରୀ।

Rashmita Mishra
Browse all articles by Rashmita Mishra
·1 year ago·2 min read
ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି, ପୁଅର ପାଠପଢ଼ା ବ୍ୟବସ୍ଥା କରିବେ: ମୁଖ୍ୟମନ୍ତ୍ରୀ।

ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।

ତେବେ ଏହାରି ଭିତରେ ବାଲେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପ୍ରଶାନ୍ତଙ୍କ ପରିବାରକୁ ମିଳିବ ୨୦ ଲକ୍ଷର ସହାୟତ ରାଶି । ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି, ପୁଅର ପାଠପଢ଼ା ବ୍ୟବସ୍ଥା କରାଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ପହଲଗାମ ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ପ୍ରଶାନ୍ତ ଶତପଥୀଙ୍କ ପ୍ରାର୍ଥୀବ ଶରୀରକୁ ଜନ୍ମ ମାଟିରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ଏହା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ଏହା ପରେ ପ୍ରଶାନ୍ତଙ୍କ ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନମୋହନ ସାମଲ, ପ୍ରତାପ ଷଡ଼ଙ୍ଗୀ। ହଜାର ହଜାର ଲୋକ ଏହି ଅନ୍ତିମ ଯାତ୍ରାରେ ସାମିଲ ହୋଇ ପ୍ରଶାନ୍ତଙ୍କୁ ଶେଷ ବିଦାୟ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ୍ ସମୟ ଅତିବାହିତ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ମଶାନକୁ ମଧ୍ୟ ଶେଷ ଦର୍ଶନ କରିଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
will-provide-a-job-to-prashants-wife-and-arrange-for-his-sons-education-chief-minister | Argus News